Biblia Todo Logo
Bib sou entènèt

- Piblisite -




ଯିରିମୀୟ 33:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ୱାରା ସେମାନେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ଵାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ଵାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ଵାରା ସେମାନେ ଆମ୍ଭର ଆଜ୍ଞା ଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ୱାରା ସେମାନେ ଆମ୍ଭର ଆଜ୍ଞା-ଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା।

Gade chapit la Kopi

ପବିତ୍ର ବାଇବଲ

8 ସେମାନେ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କରି ଯେଉଁ ପାପ କରିଅଛନ୍ତି ଆମ୍ଭେ ସେମାନଙ୍କୁ ସେଥିରୁ ଶୁଚି କରିବା। ପୁଣି ସେମାନେ ଆମ୍ଭର ଆଜ୍ଞା ଲଙ୍ଘନ କରି ଯେଉଁ ଅଧର୍ମ ଓ ପାପ କରିଅଛନ୍ତି, ଆମ୍ଭେ ସେଥିରୁ ସେମାନଙ୍କୁ କ୍ଷମା କରିବା।

Gade chapit la Kopi




ଯିରିମୀୟ 33:8
20 Referans Kwoze  

ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।


ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର।


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ସକଳ ଅଧର୍ମରୁ ତୁମ୍ଭମାନଙ୍କୁ ଶୁଚି କରିବା, ସେହି ଦିନ ଆମ୍ଭେ ନଗରସକଳକୁ ବସତିବିଶିଷ୍ଟ କରାଇବା ଓ ଉତ୍ସନ୍ନ ସ୍ଥାନସକଳ ନିର୍ମିତ ହେବ।


ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”


ସଦାପ୍ରଭୁ କହନ୍ତି, ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।


ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।


ଅପରାଧ ମୋʼ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ।


ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା। କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।


ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।


ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।


କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ।


ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।


ହେ ସିୟୋନର କନ୍ୟେ, ତୁମ୍ଭ ଅଧର୍ମର ଦଣ୍ଡ ସମ୍ପୂର୍ଣ୍ଣ ହୋଇଅଛି; ସେ ତୁମ୍ଭକୁ ବନ୍ଦୀତ୍ୱ ସ୍ଥାନକୁ ଆଉ ନେଇଯିବେ ନାହିଁ; ହେ ଇଦୋମର କନ୍ୟେ, ସେ ତୁମ୍ଭ ଅଧର୍ମର ପ୍ରତିଫଳ ଦେବେ; ସେ ତୁମ୍ଭର ପାପସବୁ ଅନାବୃତ କରିବେ।


ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।


Swiv nou:

Piblisite


Piblisite