Biblia Todo Logo
Bib sou entènèt

- Piblisite -




ଯିରିମୀୟ 33:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ଵରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।’”

Gade chapit la Kopi

ପବିତ୍ର ବାଇବଲ

9 ତା'ପରେ ଯିରୁଶାଲମ ପୃଥିବୀସ୍ଥ ଦେଶମାନଙ୍କ ମଧ୍ୟରେ ଏକ ଶ୍ରେଷ୍ଠ ସ୍ଥାନ ହେବ। ଲୋକମାନେ ଏପରି ସୁଖରେ ରହିବେ ଯେ ଅନ୍ୟ ଗୋଷ୍ଠୀଗଣ ତା'ର ପ୍ରଶଂସା ଓ ଗୌରବ ଗାନ କରିବେ। ଆମ୍ଭେ ତାହା ପାଇଁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତାହା ସେମାନେ ଶ୍ରବଣ କରିବେ। ଅନ୍ୟ ଲୋକେ ଭୀତ ଓ ଆଶ୍ଚର୍ଯ୍ୟ ହେବେ।’

Gade chapit la Kopi




ଯିରିମୀୟ 33:9
40 Referans Kwoze  

ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।


କାରଣ ସଦାପ୍ରଭୁ କହନ୍ତି, ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା-ବଂଶକୁ ଆମ୍ଭର ଲୋକ, କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।


ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ।


ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତାନ୍ତ ଲଜ୍ଜିତ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।


ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।


ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”


ପୁଣି, ଲୋକମାନେ ସେମାନଙ୍କୁ ପବିତ୍ର ଲୋକ, ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ, ଆଉ, ତୁମ୍ଭେ ଅନ୍ୱେଷିତା, ଅପରିତ୍ୟକ୍ତା ନଗରୀ ବୋଲି ଖ୍ୟାତ ହେବ।


ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।


“ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ୱରୂପ କରିବା ଓ ଯିରୂଶାଲମର ଅବରୋଧ ସମୟରେ ଯିହୁଦା ଉପରେ ମଧ୍ୟ ବର୍ତ୍ତିବ।


ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଅଭିଶାପ ଓ ନିନ୍ଦାର ପାତ୍ର ହେବ।


ଯିହୋୟାଖୀନ୍‍ ରାଜା ଓ ରାଜମାତା ଓ ନପୁଂସକଗଣ, ଆଉ ଯିହୁଦାର ଓ ଯିରୂଶାଲମର ଅଧିପତିମାନେ, ଶିଳ୍ପକରମାନେ ଓ କର୍ମକାରମାନେ ଯିରୂଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ,


ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।


ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ, ଆମୋଦ, ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ବୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେ।


ତହିଁରେ ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିଅଛନ୍ତି, ଏହି କଥା ଶୁଣି ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ପରମେଶ୍ୱରଙ୍କ ଭୟ ଉପସ୍ଥିତ ହେଲା।


ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।


କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ୱରୂପ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନସ୍ୱରୂପ ହେବ।”


ତୁମ୍ଭେ ପରିତ୍ୟକ୍ତା ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ ଅନାଥା ବୋଲି ଆଉ ଡକାଯିବ ନାହିଁ; ମାତ୍ର ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା) ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।


ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ!


ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।


ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।”


ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।


କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ।


କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।


ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି।


ଏହି ପ୍ରଶଂସିତ ନଗର ଓ ଆମ୍ଭର ଆନନ୍ଦଜନକ ନଗର କାହିଁକି ପରିତ୍ୟକ୍ତ ହୋଇ ନାହିଁ?


ସେହି ସମୟରେ ଆମ୍ଭେ ଗର୍ତ୍ତଗାମୀମାନଙ୍କ ସହିତ, ପୁରାତନ କାଳର ଲୋକମାନଙ୍କ ନିକଟକୁ ତୁମ୍ଭକୁ ଓହ୍ଲାଇ ଆଣିବା ଓ ପୃଥିବୀର ଅଧୋଭାଗରେ, ଚିରକାଳରୁ ଉତ୍ସନ୍ନ ସ୍ଥାନମାନଙ୍କରେ ଗର୍ତ୍ତଗାମୀମାନଙ୍କ ସଙ୍ଗରେ ତୁମ୍ଭକୁ ବାସ କରାଇବା, ତହିଁରେ ତୁମ୍ଭର ବସତି ସ୍ଥାନ ରହିବ ନାହିଁ; ପୁଣି, ଜୀବିତମାନଙ୍କ ଦେଶରେ ଆମ୍ଭେ ଶୋଭା ସ୍ଥାପନ କରିବା;


ହଁ, ଦେଶର ସମସ୍ତ ଲୋକ ସେମାନଙ୍କୁ କବର ଦେବେ; ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଗୌରବାନ୍ୱିତ ହେବା ଦିନ ସେମାନଙ୍କ ପକ୍ଷରେ ତାହା ଯଶ ସ୍ୱରୂପ ହେବ।


ପୁଣି ତୁମ୍ଭ ପୂର୍ବପୁରୁଷମାନେ ଯେଉଁ ଦେଶ ଅଧିକାର କରିଥିଲେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶକୁ ତୁମ୍ଭକୁ ଆଣିବେ ଓ ତୁମ୍ଭେ ତାହା ଅଧିକାର କରିବ; ଆଉ ସେ ତୁମ୍ଭର ମଙ୍ଗଳ କରି ତୁମ୍ଭ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭର ସଂଖ୍ୟା ଅଧିକ ବୃଦ୍ଧି କରିବେ।


ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।


ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।


ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।


ତହିଁରେ ଲୋକମାନେ କହିବେ, ‘ଏହି ଧ୍ୱଂସିତ ଦେଶ ଏଦନ ଉଦ୍ୟାନ ତୁଲ୍ୟ ହୋଇଅଛି; ଆଉ, ଏହି ଶୂନ୍ୟ, ଧ୍ୱଂସିତ ଓ ଉତ୍ପାଟିତ ନଗରସକଳ ପ୍ରାଚୀର-ବେଷ୍ଟିତ ଓ ବସତି ସ୍ଥାନ ହୋଇଅଛି।’


‘ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।’”


Swiv nou:

Piblisite


Piblisite