Biblia Todo Logo
Bib sou entènèt

- Piblisite -




ଯିରିମୀୟ 34:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍‍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।

Gade chapit la Kopi

ଓଡିଆ ବାଇବେଲ

17 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।

Gade chapit la Kopi

ପବିତ୍ର ବାଇବଲ

17 “ଏଣୁ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ପ୍ରତିବାସୀଙ୍କୁ “ମୁକ୍ତ ଦେବା ପାଇଁ “‘ଆମ୍ଭ ନିୟମର ପାଳନ କରି ନାହଁ। ଏଣୁ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇ ବିନାଶ କରିବା ଓ ପୃଥିବୀର ସମସ୍ତ ରାଜ୍ୟ ଆତଙ୍କିତ ହେବ, ଯାହା ଆମ୍ଭେ ତୁମ୍ଭମାନଙ୍କ ପାଇଁ କରିବା।

Gade chapit la Kopi




ଯିରିମୀୟ 34:17
26 Referans Kwoze  

କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।


ଭ୍ରାନ୍ତ ନ ହୁଅ; ଈଶ୍ବର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।


ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର, ଶୀସ୍‍ ଶବ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;


ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।


କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।


ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।


ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।


ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା।


ଏଥିରେ ହାମନ୍‍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍‍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।


ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।


ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିର ଯୋଗ୍ୟ।”


ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେମାନେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।


ଏନିମନ୍ତେ ଏବେ ଯେଉଁ ନଗର ବିଷୟରେ ତୁମ୍ଭେମାନେ କୁହ ଯେ, ‘ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ତାହା ବାବିଲର ରାଜାର ହସ୍ତରେ ଅର୍ପିତ ହୋଇଅଛି,’ ତହିଁ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;


ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’


ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା?’ ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀସ୍ଥାନକୁ ଯାଉନ୍ତୁ।’


ତେବେ ସେ ଆପଣା ଭାଇ ପ୍ରତି ଯେପରି କରିବାକୁ କଳ୍ପନା କରିଥିଲା, ତାହା ପ୍ରତି ତୁମ୍ଭେମାନେ ସେହିପରି କରିବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।


ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟ ଦାସକୁ ଓ ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟା ଦାସୀକୁ ମୁକ୍ତ କରି ବିଦାୟ କରିବେ; କେହି ସେମାନଙ୍କୁ, ଅର୍ଥାତ୍‍ ଆପଣା ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବ ନାହିଁ,


“ସଦାପ୍ରଭୁ ଏହି କଥା କହନ୍ତି, ଯେକେହି ଏହି ନଗରରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍‍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ।”


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମ୍ବିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା।


ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।’”


Swiv nou:

Piblisite


Piblisite