Biblia Todo Logo
Bib sou entènèt

- Piblisite -




ଯିରିମୀୟ 34:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି, ଯେଉଁମାନେ ଗୋବତ୍ସକୁ ଦୁଇ ଖଣ୍ଡ କରି ତନ୍ମଧ୍ୟ ଦେଇ ଗମନ କରିବା ବେଳେ ଆମ୍ଭ ସମ୍ମୁଖରେ ଯେଉଁ ନିୟମ କଲେ, ସେହି ନିୟମର କଥା ପାଳନ କରି ନାହାନ୍ତି, ସେମାନଙ୍କୁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି, ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି, ଯେଉଁମାନେ ଗୋବତ୍ସକୁ ଦୁଇ ଖଣ୍ତ କରି ତନ୍ମଧ୍ୟଦେଇ ଗମନ କରିବା ବେଳେ ଆମ୍ଭ ସମ୍ମୁଖରେ ଯେଉଁ ନିୟମ କଲେ, ସେହି ନିୟମର କଥା ପାଳନ କରିନାହାନ୍ତି, ସେମାନଙ୍କୁ,

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି, ଯେଉଁମାନେ ଗୋବତ୍ସକୁ ଦୁଇ ଖଣ୍ଡ କରି ତନ୍ମଧ୍ୟ ଦେଇ ଗମନ କରିବା ବେଳେ ଆମ୍ଭ ସମ୍ମୁଖରେ ଯେଉଁ ନିୟମ କଲେ, ସେହି ନିୟମର କଥା ପାଳନ କରି ନାହାନ୍ତି, ସେମାନଙ୍କୁ,

Gade chapit la Kopi

ପବିତ୍ର ବାଇବଲ

18 ପୁଣି ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଗୋବତ୍ସକୁ ଦୁଇଖଣ୍ଡ କରି ତନ୍ମଧ୍ୟରେ ଗମନ କରିଛନ୍ତି, ମୁଁ ସେମାନଙ୍କୁ ସେହି ବାଛୁରି ପରି କରିବି।

Gade chapit la Kopi




ଯିରିମୀୟ 34:18
10 Referans Kwoze  

ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।


ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।


ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି।


ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”


ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର ଦିଅନ୍ତି, ତହିଁର କୌଣସି ନଗର-ଦ୍ୱାର ମଧ୍ୟରେ ଯଦି କୌଣସି ପୁରୁଷ କି ସ୍ତ୍ରୀ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମ ଲଙ୍ଘନ କରି ତାହାଙ୍କ ଦୃଷ୍ଟିରେ କୁକର୍ମ କରୁଥିବାର ଦେଖାଯାଏ


କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।


ତହୁଁ ଅବ୍ରାମ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”


Swiv nou:

Piblisite


Piblisite