Biblia Todo Logo
Bib sou entènèt

- Piblisite -




ଯିରିମୀୟ 35:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍‍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକର ଅଭାବ କେତେବେଳେ ନୋହିବ।

Gade chapit la Kopi

ଓଡିଆ ବାଇବେଲ

19 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍‍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।’”

Gade chapit la Kopi

ପବିତ୍ର ବାଇବଲ

19 ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ହକନ୍ତି, ‘ଆମ୍ଭର ସେବା ନିମନ୍ତେ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକ ଆମ୍ଭ ସମ୍ମୁଖରେ ସର୍ବଦା ଠିଆ ହେବ।’”

Gade chapit la Kopi




ଯିରିମୀୟ 35:19
8 Referans Kwoze  

ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରିଯିବ ନାହିଁ।


କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”


ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,


ଅହଙ୍କାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ।


ଆଉ ଯାବେଷ୍‍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍‍ଠାରୁ ଉତ୍ପନ୍ନ କେନୀୟ ଲୋକ।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


ଦେଖ, ଯେଉଁ କଲ୍‍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆ ହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର।”


Swiv nou:

Piblisite


Piblisite