Biblia Todo Logo
Bib sou entènèt

- Piblisite -




ଯିରିମୀୟ 35:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍‍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର ସେମାନେ କହିଲେ, ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ;

Gade chapit la Kopi

ଓଡିଆ ବାଇବେଲ

6 ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍‍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, “ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ;

Gade chapit la Kopi

ପବିତ୍ର ବାଇବଲ

6 ମାତ୍ର ସେମାନେ ଉତ୍ତର ଦେଲେ, “ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ। କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ।

Gade chapit la Kopi




ଯିରିମୀୟ 35:6
21 Referans Kwoze  

ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,


ଆଉ ଯାବେଷ୍‍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍‍ଠାରୁ ଉତ୍ପନ୍ନ କେନୀୟ ଲୋକ।


ଏଥିଉତ୍ତାରେ ଯେହୂ ସେଠାରୁ ପ୍ରସ୍ଥାନ କରନ୍ତେ, ଆପଣା ସମ୍ମୁଖରେ ଆଗମନକାରୀ ରେଖବର ପୁତ୍ର ଯିହୋନାଦବ୍‍କୁ ଭେଟିଲେ। ସେ ତାହାକୁ ମଙ୍ଗଳବାଦ କରି ପଚାରିଲେ, “ଯେପରି ତୁମ୍ଭ ପ୍ରତି ମୋʼ ମନ ସରଳ, ସେପରି ତୁମ୍ଭ ମନ କି ମୋʼ ପ୍ରତି ଅଛି?” ଏଥିରେ ଯିହୋନାଦବ୍‍ ଉତ୍ତର କଲା, “ହଁ, ଅଛି।” “ତାହାହେଲେ ମୋତେ ତୁମ୍ଭ ହସ୍ତ ଦିଅ।” ତହୁଁ ଯିହୋନାଦବ୍‍ ତାଙ୍କୁ ଆପଣା ହସ୍ତ ଦିଅନ୍ତେ, ଯେହୂ ତାହାକୁ ଆପଣା ନିକଟକୁ ରଥ ଉପରକୁ ନେଲେ।


ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ।”


ମାତ୍ର ସେ ମୋତେ କହିଲେ, ‘ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,’”


“ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;


ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


ମାତ୍ର ଆମ୍ଭେମାନେ ତମ୍ବୁରେ ବାସ କରି, ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପୂର୍ବପୁରୁଷ ଯିହୋନାଦବ୍‍ର ସମସ୍ତ ଆଜ୍ଞା ପ୍ରମାଣେ କର୍ମ କରି ଆସୁଅଛୁ।


ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ।


ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;


ତହିଁରେ ଯେହୂ ଓ ରେଖବର ପୁତ୍ର ଯିହୋନାଦବ୍‍ ବାଲ୍‍ ମନ୍ଦିରକୁ ଗଲେ; ଆଉ ସେ ବାଲ୍‍ର ପୂଜକମାନଙ୍କୁ କହିଲେ, “ଏଠାରେ ତୁମ୍ଭମାନଙ୍କ ମଧ୍ୟରେ ବାଲ୍‍ର ପୂଜକମାନଙ୍କ ବ୍ୟତୀତ ସଦାପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ କେହି ଯେପରି ନ ଥାଏ, ଏଥିପାଇଁ ଖୋଜି ଦେଖ।”


ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।


ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି, ସେମାନଙ୍କର ପଶ୍ୱାଦି ସକାଶୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ।


ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁ ମନୁଷ୍ୟ ଓ ତମ୍ବୁବାସୀ ହେଲା।


ରେଖବର ପୁତ୍ର ଯିହୋନାଦବ୍‍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ।


Swiv nou:

Piblisite


Piblisite