Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହି ସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ, କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହିସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ, କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

24 ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହିସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ,କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

24 ଆଉ ମଧ୍ୟ ରାଜା ଓ ତାଙ୍କର ଦାସଗଣ ଯେତେବେଳେ ସେହି ପୁସ୍ତକର ବାକ୍ୟ ଶୁଣିଲେ, ସେମାନେ କେହି ଭୟଭୀତ ହେଲେ ନାହିଁ କିଅବା ଆପଣା ବସ୍ତ୍ର ଚିରି ଦୁଃଖ ପ୍ରକାଶ କଲେ ନାହିଁ।

Gade chapit la Kopi




ଯିରିମୀୟ 36:24
20 Referans Kwoze  

ସେତେବେଳେ ସେମାନେ ସବୁ କଥା ଶୁଣି ଭୟରେ ଏକଆରେକ ପ୍ରତି ଅନାଇଲେ, ଆଉ ବାରୂକକୁ କହିଲେ, “ଆମ୍ଭେମାନେ ରାଜାଙ୍କୁ ଏହିସବୁ କଥାର ବିଷୟ ଅବଶ୍ୟ ଜ୍ଞାତ କରାଇବୁ।”


ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର।


ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ।


ତହିଁରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍‍ଶାକିର କଥାସବୁ ତାହାକୁ ଜଣାଇଲେ।


ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖିବ?”


ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।


ଈଶ୍ବରଙ୍କ ଭୟ ସେମାନଙ୍କ ଆଖି ଆଗରେ ନ ଥାଏ।”


ନୀନିବୀ ସହରର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କଲେ, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।


ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।


ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍‍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।


ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ୱରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ।


ଏଥିଉତ୍ତାରେ ରୁବେନ୍‍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।


ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।


ଏଥିରେ ଦାଉଦ ଦୁଖଃ ସକାଶୁ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ସେହିପରି କଲେ;


ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା।


ଏଥିଉତ୍ତାରେ ଫାରୋ ମୁଖ ଫେରାଇ ଆପଣା ଗୃହକୁ ଗଲେ, ଏଥିରେ ଆପଣା ମନ ଦେଲେ ନାହିଁ।


କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।


Swiv nou:

Piblisite


Piblisite