Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି ରାଜା, ବାରୂକ ଲେଖକଙ୍କୁ ଓ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲକୁ ଓ ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅବ୍‍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ରାଜା, ବାରୂକ ଲେଖକକୁ ଓ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲ୍‍କୁ ଓ ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅବ୍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।

Gade chapit la Kopi

ଓଡିଆ ବାଇବେଲ

26 ପୁଣି ରାଜା, ବାରୂକ ଲେଖକଙ୍କୁ ଓ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲକୁ ଓ ଅସ୍ରୀୟେଲ୍‍ର ପୁତ୍ର ସରାୟକୁ ଓ ଅବ୍‍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।

Gade chapit la Kopi

ପବିତ୍ର ବାଇବଲ

26 ପୁଣି ରାଜା ବାରୂକ ଲେଖକକୁ ଓ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାକୁ ଗିରଫ କରିବାକୁ ରାଜପୁତ୍ର ଯିରହମେ‌‌ଲ୍‌‌କୁ, ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅ‌‌‌ବ୍‌‌‌ଦିୟେଲର ପୁତ୍ର ଶେଲିମିୟକୁ ଆଜ୍ଞା କଲେ। ମାତ୍ର ସେମାନେ ବାରୂକ ଓ ଯିରିମିୟକୁ ପାଇଲେ ନାହିଁ କାରଣ ସଦାପ୍ରଭୁ ସେମାନଙ୍କୁ ଲୁଗ୍ଭଇ ରଖିଥିଲେ।

Gade chapit la Kopi




ଯିରିମୀୟ 36:26
34 Referans Kwoze  

ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।


ତହୁଁ ସେ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”


ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋʼ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”


ଯଥା, “ତୁମ୍ଭେ ଏଠାରୁ ଯାଇ ପୂର୍ବ ଦିଗକୁ ଫେରି ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟରେ ଆପଣାକୁ ଲୁଚାଅ।


ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି।


ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପକ୍ଷଣ ଆପଣାକୁ ଲୁଚାଅ।


କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ;


କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।


ସେ ମନ୍ଦିର ମଧ୍ୟରେ ଶିକ୍ଷା ଦେଉଥିବା ସମୟରେ ଭଣ୍ଡାର ନିକଟରେ ଏହି ସମସ୍ତ କଥା କହିଲେ, କିନ୍ତୁ କେହି ତାହାଙ୍କୁ ଧରିଲେ ନାହିଁ, କାରଣ ତାହାଙ୍କର ନିଯୁକ୍ତ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।


ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, “ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ।”


ପୁଣି, ଯିରିମୀୟ ବାରୂକକୁ ଆଜ୍ଞା କରି କହିଲେ, “ମୁଁ ରୁଦ୍ଧ ଅଛି; ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଇ ପାରୁ ନାହିଁ;


ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।


ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା]


ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)


ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ।


ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ।


ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ।


ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଗ୍ରାସ କରିଅଛି।


ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”


ଯଥା, “ଉଠ, ସୀଦୋନର ସାରିଫତ୍‍କୁ ଯାଇ ସେଠାରେ ବାସ କର। ଦେଖ, ଆମ୍ଭେ ସେଠାସ୍ଥିତ ଏକ ବିଧବା ସ୍ତ୍ରୀକୁ ତୁମ୍ଭକୁ ପ୍ରତିପୋଷଣ କରିବା ପାଇଁ ଆଜ୍ଞା ଦେଇଅଛୁ।”


ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ।


ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍‍ର ଓ ରାଜପୁତ୍ର ଯୋୟାଶ୍‍ର ନିକଟକୁ ଫେରାଇ ନେଇଯାଅ;


ମାତ୍ର ଯୋରାମ୍‍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶ୍‍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକୁ ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ।


ପୁଣି କୁହ, ‘ରାଜା ଏହି କଥା କହନ୍ତି, ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।’”


“ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍‍ବକ୍ତାଗଣର କୌଣସି କ୍ଷତି କର ନାହିଁ।”


ମାତ୍ର ଶାଫନ୍‍ର ପୁତ୍ର ଅହୀକାମ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ।


ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍‍କୀୟ ରାଜପୁତ୍ରର କୂପରେ ପକାଇଦେଲେ; ଅର୍ଥାତ୍‍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଲାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।


Swiv nou:

Piblisite


Piblisite