Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ପଞ୍ଚମ ବର୍ଷର ନବମ ମାସରେ, ଯିରୂଶାଲମସ୍ଥ ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୂଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଉତ୍ତାରେ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ପଞ୍ଚମ ବର୍ଷର ନବମ ମାସରେ, ଯିରୂଶାଲମସ୍ଥ ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୂଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।

Gade chapit la Kopi

ଓଡିଆ ବାଇବେଲ

9 ଏଥିଉତ୍ତାରେ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ପଞ୍ଚମ ବର୍ଷର ନବମ ମାସରେ, ଯିରୂଶାଲମସ୍ଥ ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୂଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।

Gade chapit la Kopi

ପବିତ୍ର ବାଇବଲ

9 ଏହା ପରେ ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱର ପଞ୍ଚମ ବର୍ଷର ନବମ ମାସରେ ଯିରୁଶାଲମର ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୁଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।

Gade chapit la Kopi




ଯିରିମୀୟ 36:9
16 Referans Kwoze  

ତହିଁରେ ଯିହୋଶାଫଟ୍‍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ।


ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ।


ଏହି ସମୟରେ, ଅର୍ଥାତ୍‍, ନବମ ମାସରେ ରାଜା ଶୀତକାଳ କ୍ଷେପଣର ଗୃହରେ ବସିଥିଲେ ଓ ତାଙ୍କ ସମ୍ମୁଖରେ ଅଗ୍ନିପାତ୍ରରେ ଅଗ୍ନି ଜ୍ୱଳୁଥିଲା।


“ତୁମ୍ଭେ ଯାଇ ଶୂଶନ୍‍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।


ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି।


ଏଥିଉତ୍ତାରେ ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,


ସେହି ମାସର ଚବିଶତମ ଦିନରେ ଇସ୍ରାଏଲ-ସନ୍ତାନଗଣ ଏକତ୍ରିତ ହୋଇ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ମସ୍ତକ ଉପରେ ମାଟି ଦେଲେ।


“ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।


ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍‍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


ତହୁଁ ସେମାନେ ମିସ୍ପାରେ ଏକତ୍ରିତ ହୋଇ ଜଳ କାଢ଼ିଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଢାଳି ସେହି ଦିନ ଉପବାସ କରି ସେହିଠାରେ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ।” ଏଉତ୍ତାରେ ଶାମୁୟେଲ ମିସ୍ପାରେ ଇସ୍ରାଏଲ-ସନ୍ତାନଗଣର ବିଚାର କଲେ।


ଏଣୁ ତୁମ୍ଭେ ଯାଅ, ପୁଣି ମୋʼ ମୁଖରୁ ଶୁଣି ଯାହା ଯାହା ଏହି ନଳାକାର ପୁସ୍ତକରେ ଲେଖିଅଛ, ସଦାପ୍ରଭୁଙ୍କର ସେହି ସକଳ ବାକ୍ୟ ଉପବାସ ଦିନ ସଦାପ୍ରଭୁଙ୍କ ଗୃହରେ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କର; ମଧ୍ୟ ଆପଣା ଆପଣା ନଗରରୁ ଆଗତ ଯିହୁଦାର ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ତାହା ପାଠ କରିବ।


ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ ପ୍ରାଚୀନଗଣଙ୍କୁ ଓ ଦେଶ ନିବାସୀ ସମସ୍ତଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।


Swiv nou:

Piblisite


Piblisite