Biblia Todo Logo
Bib sou entènèt

- Piblisite -




ଯିରିମୀୟ 37:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆପଣମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ, ସେମାନେ ଏବେ କାହାନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆପଣମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ, ସେମାନେ ଏବେ କାହାନ୍ତି?

Gade chapit la Kopi

ଓଡିଆ ବାଇବେଲ

19 ଆପଣମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, ‘ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ,’ ସେମାନେ ଏବେ କାହାନ୍ତି ?

Gade chapit la Kopi

ପବିତ୍ର ବାଇବଲ

19 ଆପଣମାନେ ଯେଉଁ ଭବିଷ୍ୟ‌ଦ୍‌ବକ୍ତାମାନେ ଆପଣମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି କହିଲେ, ‘ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବେ ନାହିଁ, ସେମାନେ ଏବେ କାହାନ୍ତି?’

Gade chapit la Kopi




ଯିରିମୀୟ 37:19
16 Referans Kwoze  

ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି।


“ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,


ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’”


ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି, ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।


ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।


ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କʼଣ କରିବାର ଅଛି? ତୁମ୍ଭ ପିତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”


ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।


ଯେଉଁମାନେ ସେମାନଙ୍କ ବଳିର ମେଦ ଭୋଜନ କଲେ ଓ ପେୟ-ନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି? ସେମାନେ ଉଠି ତୁମ୍ଭମାନଙ୍କର ଉପକାର କରନ୍ତୁ, ସେମାନେ ତୁମ୍ଭମାନଙ୍କର ଆଶ୍ରୟ ହେଉନ୍ତୁ।


“ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;’


‘ସଦାପ୍ରଭୁ ଏହି କଥା କହନ୍ତି’ ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି, ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।


Swiv nou:

Piblisite


Piblisite