Biblia Todo Logo
Bib sou entènèt

- Piblisite -




ଯିରିମୀୟ 38:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଯେବେ ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ।

Gade chapit la Kopi

ଓଡିଆ ବାଇବେଲ

17 ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ।

Gade chapit la Kopi

ପବିତ୍ର ବାଇବଲ

17 ତା'ପରେ ଯିରିମିୟ ରାଜା ସିଦିକିୟଙ୍କୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଯଦି ତୁମ୍ଭେ ବାବିଲ ରାଜାଙ୍କ ଅଧିପତିମାନଙ୍କ ବଶତା ସ୍ୱୀକାର କରିବ, ତେବେ ତୁମ୍ଭେ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦ‌ଗ୍‌ଧ ହେବ ନାହିଁ। ଆଉ ତୁମ୍ଭେ ଓ ତୁମ୍ଭର ପରିବାର ବଞ୍ଚିବେ।

Gade chapit la Kopi




ଯିରିମୀୟ 38:17
19 Referans Kwoze  

ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।


“ସଦାପ୍ରଭୁ ଏହି କଥା କହନ୍ତି, ଯେକେହି ଏହି ନଗରରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍‍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ।”


ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ?


ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍‍, ନେର୍ଗଲ ଶରେତ୍ସର, ସମ୍‍ଗର-ନବୋ, ଶର୍ସଖୀମ୍‍, ରବ୍‍ସାରୀସ୍‍, ନେର୍ଗଲ ଶରେତ୍ସର, ରବମାଗ୍‍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।


ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍‍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜା ନିକଟକୁ ବାହାରିଗଲେ; ପୁଣି ବାବିଲ ରାଜା ଆପଣା ରାଜତ୍ଵର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା।


ଏଥିନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ବାସାର୍ଥେ ଦମ୍ମେଶକର ଅପର ପାରିକୁ ଗମନ କରାଇବା। ଏହା ସଦାପ୍ରଭୁ କହନ୍ତି, ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।


ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର


ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ସେ ଇସ୍ରାଏଲର ସପକ୍ଷ ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାପିତ ହୋଇଅଛି, ଏହି କଥା ଦ୍ୱାରା ତୁମ୍ଭର ନାମ ଅନନ୍ତକାଳ ସ୍ଥିରୀକୃତ ଓ ମହତ୍ ହେଉ।


ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି।


ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।


ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋʼ ପ୍ରାଣ ରକ୍ଷା ପାଇବ।”


ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍‍-ମରୋଦକ୍‍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା।


ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।


ପୁଣି, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କଲ୍‍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।


ଆଉ ଦେଖ, ପଦାଭୂମିରେ ମୁଁ ଦେଖିଥିବା ଦୃଶ୍ୟ ପ୍ରମାଣେ ସେହି ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ବିଦ୍ୟମାନ ଥିଲା।


ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;


Swiv nou:

Piblisite


Piblisite