Biblia Todo Logo
Bib sou entènèt

- Piblisite -




ଯିରିମୀୟ 39:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 “ତୁମ୍ଭେ ଯାଇ କୂଶୀୟ ଏବଦ୍‍-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେ ଯାଇ କୁଶୀୟ ଏବଦ୍-ମେଲକକୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟ ସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।

Gade chapit la Kopi

ଓଡିଆ ବାଇବେଲ

16 ତୁମ୍ଭେ ଯାଇ କୂଶୀୟ ଏବଦ୍‍-ମେଲକକୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟ ସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।’

Gade chapit la Kopi

ପବିତ୍ର ବାଇବଲ

16 “ହେ ଯିରିମିୟ, ତୁମ୍ଭେ ଯାଇ କୁଶୀୟ ଏବ‌‌ଦ୍‌‌-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଏହି ନଗର ପ୍ରତି ମଙ୍ଗଳ ପାଇଁ ନୁହଁ, ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟସବୁ ସଫଳ କରିବା। ଆଉ ସେସବୁ ତୁମ୍ଭ ସାକ୍ଷାତରେ ସଫଳ ହେବାର ଦେଖିବ।’

Gade chapit la Kopi




ଯିରିମୀୟ 39:16
24 Referans Kwoze  

ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରାଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ।


ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହି ସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ? ତେବେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


ପୁଣି, ଆମ୍ଭେ ତାହାକୁ ଓ ତାହାର ବଂଶକୁ ଓ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା; ମାତ୍ର ସେମାନେ ଶୁଣିଲେ ନାହିଁ।’”


ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”


ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”


ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍‍-ଯିୟାରୀମସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଥିଲେ।


“ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’


କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”


ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ପରମେଶ୍ୱର, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ।


ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।


ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା।


ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନ ହେବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।


ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ୱ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ୍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା।”


ଆଉ, ସଦାପ୍ରଭୁ ତାହା ଘଟାଇଅଛନ୍ତି ଓ ଯେପରି କହିଥିଲେ, ସେପରି କରିଅଛନ୍ତି; ତୁମ୍ଭେମାନେ ସଦାପ୍ରଭୁଙ୍କର କଥା ନ ମାନି ତାହାଙ୍କ ବିରୁଦ୍ଧରେ ପାପ କରିଅଛ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଏହା ଘଟିଅଛି।


Swiv nou:

Piblisite


Piblisite