Biblia Todo Logo
Bib sou entènèt

- Piblisite -




ଯିରିମୀୟ 41:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ୱାରା ଦେଶର ଶାସନକର୍ତ୍ତା ପଦରେ ନିଯୁକ୍ତ, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ଖଡ୍ଗାଘାତରେ ବଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ଵାରା ଦେଶର ଶାସନକର୍ତ୍ତା ପଦରେ ନିଯୁକ୍ତ, ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟକୁ ଖଡ଼୍‍ଗାଘାତରେ ବଧ କଲେ।

Gade chapit la Kopi

ଓଡିଆ ବାଇବେଲ

2 ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ୱାରା ଦେଶର ଶାସନକର୍ତ୍ତାପଦରେ ନିଯୁକ୍ତ, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ଖଡ୍ଗାଘାତରେ ବଧ କଲେ।

Gade chapit la Kopi

ପବିତ୍ର ବାଇବଲ

2 ସେମାନେ ଏକତ୍ର ଭୋଜନ କରୁଥିବା ବେଳେ ଇ‌ଶ୍‌ମାୟେଲ ଓ ତାର ଦଶ ଜଣ ସଙ୍ଗୀ ଯିହୁଦାର ଶାସକ ଅହୀକାମର ପୁତ୍ର ଗଦଲିୟକୁ ହତ୍ୟା କଲେ, ଯାହାକୁ ବାବିଳର ରାଜା ଏହି ଭୂମିରେ ଖଣ୍ଡା ସାହାଯ୍ୟରେ ନିଯୁକ୍ତ କରିଥିଲେ।

Gade chapit la Kopi




ଯିରିମୀୟ 41:2
12 Referans Kwoze  

ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟଙ୍କୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲ୍‍ଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ।


ଯିରିମୀୟ ଫେରି ନ ଯାଉଣୁ ନବୂଷରଦନ୍‍ ତାଙ୍କୁ କହିଲା, “ତେବେ ତୁମ୍ଭେ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଫେରିଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ।” ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା।


ଏଥିଉତ୍ତାରେ ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବାବିଲର ରାଜା ଦେଶର ଶାସନକର୍ତ୍ତା କରି ନିଯୁକ୍ତ କରିଅଛି ଓ ଯେଉଁମାନେ ବନ୍ଦୀ ହୋଇ ବାବିଲକୁ ନୀତ ହୋଇ ନାହାନ୍ତି, ଏପରି ସକଳ ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଓ ଦେଶସ୍ଥ ଦରିଦ୍ରମାନଙ୍କର ଭାର ତାହା ହସ୍ତରେ ସମର୍ପଣ କରିଅଛି ବୋଲି ପଦାରେ ସ୍ଥିତ ସେନାପତିଗଣ ଓ ସେମାନଙ୍କର ଲୋକମାନେ ଶୁଣିଲେ।


ଆଉ, ସେମାନେ ମୋତେ ମଙ୍ଗଳ ପାଲଟେ ଅମଙ୍ଗଳ ଓ ପ୍ରେମ ପାଲଟେ ଘୃଣା ପ୍ରତିଦାନ କରିଅଛନ୍ତି।


ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।


ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା।


ତହିଁରେ ସେମାନେ, ଅର୍ଥାତ୍‍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍‍ ଓ ଯୋନାଥନ, ତନ୍‍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାଥୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ ନିକଟକୁ ଗଲେ।


ଆହୁରି, ମିସ୍ପାରେ ଗଦଲୀୟ ସଙ୍ଗେ ଥିବା ସମସ୍ତ ଯିହୁଦୀୟ ଲୋକଙ୍କୁ ଓ ସେଠାରେ ଯେଉଁ କଲ୍‍ଦୀୟମାନେ ଦେଖାଗଲେ, ସେମାନଙ୍କୁ, ଅର୍ଥାତ୍‍, ଯୋଦ୍ଧାମାନଙ୍କୁ ଇଶ୍ମାୟେଲ ବଧ କଲା।


ଆଉ ତାହାକୁ କହିଲେ, “ଅମ୍ମୋନ-ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନୀୟର ପୁତ୍ର ଇଶ୍ମାୟେଲକୁ ପଠାଇଅଛି ବୋଲି କି ଆପଣ ଜାଣନ୍ତି?” ମାତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ କଥାରେ ବିଶ୍ୱାସ କଲା ନାହିଁ।


ମାତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍‍କୁ କହିଲା, “ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ।”


Swiv nou:

Piblisite


Piblisite