Biblia Todo Logo
Bib sou entènèt

- Piblisite -




ଯିରିମୀୟ 41:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ସେମାନଙ୍କ ମଧ୍ୟରୁ ଦଶ ଜଣ ଇଶ୍ମାୟେଲକୁ କହିଲେ, “ଆମ୍ଭମାନଙ୍କୁ ବଧ କର ନାହିଁ; କାରଣ ଆମ୍ଭେମାନେ କ୍ଷେତ୍ରରେ ଗହମ, ଯବ, ତୈଳ ଓ ମଧୁ ସଞ୍ଚୟ କରି ପୋତି ଲୁଚାଇ ରଖିଅଛୁ।” ତହିଁରେ ସେ କ୍ଷାନ୍ତ ହୋଇ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ବଧ କଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ସେମାନଙ୍କ ମଧ୍ୟରୁ ଦଶ ଜଣ ଇଶ୍ମାୟେଲକୁ କହିଲେ, ଆମ୍ଭମାନଙ୍କୁ ବଧ କର ନାହିଁ; କାରଣ ଆମ୍ଭେମାନେ କ୍ଷେତ୍ରରେ ଗହମ ଓ ଯବ ଓ ତୈଳ ଓ ମଧୁ ସଞ୍ଚୟ କରି ପୋତି ଲୁଚାଇ ରଖିଅଛୁ। ତହିଁରେ ସେ କ୍ଷା; ହୋଇ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ବଧ କଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ମାତ୍ର ସେମାନଙ୍କ ମଧ୍ୟରୁ ଦଶ ଜଣ ଇଶ୍ମାୟେଲକୁ କହିଲେ, “ଆମ୍ଭମାନଙ୍କୁ ବଧ କର ନାହିଁ; କାରଣ ଆମ୍ଭେମାନେ କ୍ଷେତ୍ରରେ ଗହମ, ଯବ, ତୈଳ ଓ ମଧୁ ସଞ୍ଚୟ କରି ପୋତି ଲୁଚାଇ ରଖିଅଛୁ।” ତହିଁରେ ସେ କ୍ଷାନ୍ତ ହୋଇ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ବଧ କଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 ମାତ୍ର ସେମାନଙ୍କ ମଧ୍ୟରୁ ଦଶ ଜଣ ଇ‌ଶ୍‌ମାୟେଲକୁ କହିଲେ, “ଆମ୍ଭମାନଙ୍କୁ ବଧ କର ନାହିଁ, କାରଣ ଆମ୍ଭମାନଙ୍କର ଗହମ, ଯବ, ତୈଳ ଓ ମଧୁର ଗୁପ୍ତ ଭଣ୍ଡାର କ୍ଷେତରେ ଲୁଗ୍ଭଇ ରଖିଛୁ ଏବଂ ଆମ୍ଭେ ସେସବୁ ତୁମ୍ଭକୁ ଦେବୁ।” ତେଣୁ ଇ‌ଶ୍‌ମାୟେଲ ସେମାନଙ୍କୁ ମାରିବାରୁ ବିରତ ହେଲେ।

Gade chapit la Kopi




ଯିରିମୀୟ 41:8
9 Referans Kwoze  

ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ।


ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ।


ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?


ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ?


ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ।


ଇଶ୍ମାୟେଲ ଯେଉଁ କୂପରେ ଆପଣା ଦ୍ୱାରା ହତ ଲୋକମାନଙ୍କର ଶବ ଗଦଲୀୟଙ୍କ ଶବ ନିକଟରେ ପକାଇଦେଲା, ସେହି କୂପ ଆସା ରାଜା, ଇସ୍ରାଏଲର ବାଶା ରାଜାର ଭୟରେ ପ୍ରସ୍ତୁତ କରିଥିଲେ; ପୁଣି, ନଥନୀୟର ପୁତ୍ର ଇଶ୍ମାୟେଲ ହତ ଲୋକମାନଙ୍କ ଶବରେ ତାହା ପରିପୂର୍ଣ୍ଣ କଲା।


Swiv nou:

Piblisite


Piblisite