Biblia Todo Logo
Bib sou entènèt

- Piblisite -




ଯିରିମୀୟ 42:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀ ଶବ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀଶଦ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।

Gade chapit la Kopi

ଓଡିଆ ବାଇବେଲ

14 ‘ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀ ଶବ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।’

Gade chapit la Kopi

ପବିତ୍ର ବାଇବଲ

14 ଆଉ ମଧ୍ୟ ତୁମ୍ଭେମାନେ ଯଦି କହିବ, ‘ଆମ୍ଭେମାନେ ମିଶର ଦେଶକୁ ଯିବା ଓ ସେଠାରେ ବାସ କରିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ କି ତୂରୀଶବ୍ଦ ଶୁଣିବା ନାହିଁ କିଅବା ସେଠାରେ ଆମ୍ଭେମାନେ ଖାଦ୍ୟର ଅଭାବ ଭୋଗିବା ନାହିଁ।’

Gade chapit la Kopi




ଯିରିମୀୟ 42:14
15 Referans Kwoze  

ଆଉ, ସେମାନେ କଲ୍‍ଦୀୟମାନଙ୍କ ସକାଶୁ ମିସରରେ ପ୍ରବେଶ କରିବା ନିମନ୍ତେ ପ୍ରସ୍ଥାନ କରି ବେଥଲିହିମ ନିକଟସ୍ଥ ଗେରୁତ୍ତ୍ୱ କିମ୍‍ହମ୍‍ରେ ବାସ କଲେ;


ହାୟ, ମୋହର ପ୍ରାଣ! ମୋହର ପ୍ରାଣ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋʼ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀ ଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।


ମୁଁ କେତେ କାଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି?


ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର!


ପୁଣି, ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”


ମିସର ଦେଶରେ ଉପସ୍ଥିତ ହେଲେ, କାରଣ ସେମାନେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ; ଆଉ, ସେମାନେ ତଫନ୍‍ହେଷର ପର୍ଯ୍ୟନ୍ତ ଗଲେ।


ମାତ୍ର ତୁମ୍ଭେମାନେ କହିଲ, “ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ;” ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, “ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା;” ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍‍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ।


ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।


ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।


ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ?”


ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି? ଯଦ୍ଦ୍ୱାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରିଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ?”


ଏଥିରେ ସେମାନେ ପରସ୍ପରକୁ କହିଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରିଯାଉ।”


ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ “ପୁନର୍ବାର ମିସରକୁ ଗମନ କରାଇବ ନାହିଁ;” କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରିଯିବ ନାହିଁ।


ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି।


Swiv nou:

Piblisite


Piblisite