Biblia Todo Logo
Bib sou entènèt

- Piblisite -




ଯିରିମୀୟ 42:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ: ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ଯଦି ମିସରରେ ପ୍ରବେଶ କରିବା ପାଇଁ ନିତାନ୍ତ ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ : ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେମାନେ ଯେବେ ମିସରରେ ପ୍ରବେଶ କରିବା ପାଇଁ ନିତା; ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ;

Gade chapit la Kopi

ଓଡିଆ ବାଇବେଲ

15 ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ : ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ଯଦି ମିସରରେ ପ୍ରବେଶ କରିବା ପାଇଁ ନିତାନ୍ତ ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ;

Gade chapit la Kopi

ପବିତ୍ର ବାଇବଲ

15 ଏଣୁ ହେ ଯିହୁଦାର ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଯଦି ତୁମ୍ଭେମାନେ ମିଶରକୁ ଯିବା ପାଇଁ ଓ ବାସ କରିବା ପାଇଁ ସଙ୍କଳ୍ପବଦ୍ଧ, ଏହି ନିମ୍ନ ଘଟଣାମାନ ଘଟିବ।

Gade chapit la Kopi




ଯିରିମୀୟ 42:15
8 Referans Kwoze  

ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ “ପୁନର୍ବାର ମିସରକୁ ଗମନ କରାଇବ ନାହିଁ;” କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରିଯିବ ନାହିଁ।


ଯେଉଁମାନେ ମିସରକୁ ଯାଇ ସେଠାରେ ପ୍ରବାସ କରିବା ପାଇଁ ଉତ୍ସୁକ ହୁଅନ୍ତି, ସେସମସ୍ତ ଲୋକଙ୍କ ପ୍ରତି ଏହି ପ୍ରକାର ଘଟିବ; ସେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବେ; ପୁଣି, ଆମ୍ଭେ ସେମାନଙ୍କ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁରୁ ସେମାନଙ୍କ ମଧ୍ୟରେ କେହି ଉତ୍ତୀର୍ଣ୍ଣ ଅବା ରକ୍ଷାପ୍ରାପ୍ତ ହେବେ ନାହିଁ।


ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନକୁ ଦୃଢ଼ କରି,


ପୁଣି, ସେ ଆପଣା ସମୁଦାୟ ରାଜ୍ୟର ପରାକ୍ରମ ସହିତ ଆସିବା ପାଇଁ ଆପଣା ମନସ୍ଥ କରିବ ଓ ସରଳ ଲୋକମାନେ ତାହା ସଙ୍ଗରେ ଆସିବେ; ସେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରିବ; ସେ ନଷ୍ଟ କରିବା ପାଇଁ ନାରୀଗଣର କନ୍ୟା ତାହାକୁ ଦେବ; ମାତ୍ର କନ୍ୟା ସ୍ଥିର ରହିବ ନାହିଁ, କିଅବା ତାହା ପାଇଁ ହେବ ନାହିଁ।


ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍‍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା।


ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।


ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ:


Swiv nou:

Piblisite


Piblisite