ଯିରିମୀୟ 42:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍, ଅବଶିଷ୍ଟ ଏହି ସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍, ଅବଶିଷ୍ଟ ଏହିସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ଵଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ। Gade chapit laଓଡିଆ ବାଇବେଲ2 “ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍, ଅବଶିଷ୍ଟ ଏହିସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ। Gade chapit laପବିତ୍ର ବାଇବଲ2 ସେ ସମସ୍ତ ଲୋକ ତାଙ୍କୁ କହିଲେ, “ହେ ଯିରିମିୟ, ଆମ୍ଭେମାନେ ତୁମ୍ଭକୁ ନିବେଦନ କରୁଛୁ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଅର୍ଥାତ୍ ଯିହୁଦାର ଏହି ଅବଶିଷ୍ଟ ଲୋକଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର। କାରଣ ତୁମ୍ଭେ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛ। ଆମ୍ଭେମାନେ ଅନେକ ଥିଲୁ, ଏବେ ଆମ୍ଭେ ଅଳ୍ପମାତ୍ର ଅଛୁ। Gade chapit la |
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’
“ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।
ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।