Biblia Todo Logo
Bib sou entènèt

- Piblisite -




ଯିରିମୀୟ 42:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେତେବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେତେବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ସେତେବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି। ଆଉ ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହାବି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି। ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ ରଖିବି ନାହିଁ।”

Gade chapit la Kopi




ଯିରିମୀୟ 42:4
13 Referans Kwoze  

ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ।


ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।


ଏଥିଉତ୍ତାରେ ମୋଶା କହିଲେ, “ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର, ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ ଆସନ୍ତାକାଲି ସମସ୍ତ ଦଂଶକ ଝିଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଯିବାକୁ ଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।”


କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ,


ଯେଉଁ ଭବିଷ୍ୟଦ୍‍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ?


ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ବରଙ୍କ ଛାମୁରେ ମୋହର ପ୍ରାର୍ଥନା।


ମୁଁ ଈଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।


ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।


ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଓ ଆପଣା ଭ୍ରାତାକୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି? ଓ ସଦାପ୍ରଭୁ କି କଥା କହିଅଛନ୍ତି?’


“ଯଥା, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।


Swiv nou:

Piblisite


Piblisite