Biblia Todo Logo
Bib sou entènèt

- Piblisite -




ଯିରିମୀୟ 42:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତାହା ଭଲ ହେଉ ବା ମନ୍ଦ ହେଉ, ଯାହାଙ୍କ ନିକଟକୁ ଆମ୍ଭେମାନେ ଆପଣଙ୍କୁ ପଠାଉଅଛୁ, ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଆମ୍ଭେମାନେ ମାନିବୁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ମାନିଲେ, ଆମ୍ଭମାନଙ୍କର ମଙ୍ଗଳ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତାହା ଭଲ ହେଉ ବା ମନ୍ଦ ହେଉ, ଯାହାଙ୍କ ନିକଟକୁ ଆମ୍ଭେମାନେ ଆପଣଙ୍କୁ ପଠାଉଅଛୁ, ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ଆମ୍ଭେମାନେ ମାନିବୁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ମାନିଲେ, ଆମ୍ଭମାନଙ୍କର ମଙ୍ଗଳ ହେବ।

Gade chapit la Kopi

ଓଡିଆ ବାଇବେଲ

6 ତାହା ଭଲ ହେଉ ବା ମନ୍ଦ ହେଉ, ଯାହାଙ୍କ ନିକଟକୁ ଆମ୍ଭେମାନେ ଆପଣଙ୍କୁ ପଠାଉଅଛୁ, ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଆମ୍ଭେମାନେ ମାନିବୁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ମାନିଲେ, ଆମ୍ଭମାନଙ୍କର ମଙ୍ଗଳ ହେବ।”

Gade chapit la Kopi

ପବିତ୍ର ବାଇବଲ

6 ସେହି ବାକ୍ୟ ଭଲ ହେଉ ବା ମନ୍ଦ ହେଉ, ଯାହାଙ୍କ ନିକଟକୁ ଆମ୍ଭେମାନେ ଆପଣଙ୍କୁ ପଠାଉଅଛୁ, ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଆମ୍ଭେମାନେ ମାନିବୁ। କାରଣ ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ କଥା ମାନିଲେ ଆମ୍ଭମାନଙ୍କର ମଙ୍ଗଳ ହେବ।”

Gade chapit la Kopi




ଯିରିମୀୟ 42:6
16 Referans Kwoze  

ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।


ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା!


ଯେଣୁ ଶାରୀରିକ ମନ ଈଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;


ଯେପରି ତୁମ୍ଭେମାନେ ବଞ୍ଚିବ ଓ ତୁମ୍ଭମାନଙ୍କର ମଙ୍ଗଳ ହେବ, ପୁଣି ଯେଉଁ ଦେଶ ତୁମ୍ଭେମାନେ ଅଧିକାର କରିବ, ତହିଁରେ ଯେପରି ତୁମ୍ଭମାନଙ୍କର ଦୀର୍ଘ ପରମାୟୁ ହେବ, ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଯେଉଁ ପଥରେ ଚାଲିବାକୁ ଆଜ୍ଞା ଦେଇଅଛନ୍ତି, ସେହି ସମସ୍ତ ପଥରେ ଚାଲ।”


ତେବେ, ଯାହା ଉତ୍ତମ, ତାହା କି ମୋʼ ପକ୍ଷରେ ମୃତ୍ୟୁଦାୟକ ହେଲା? ତାହା କେବେ ହେଁ ନ ହେଉ। କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋʼ ପ୍ରତି ମୃତ୍ୟୁ ସାଧନ କରିବା ଦ୍ୱାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି, ଯେପରି ଆଜ୍ଞା ଦ୍ୱାରା ପାପ ଅତିଶୟ ପାପମୟ ହୁଏ।


ତେବେ, ଆମ୍ଭେମାନେ କଅଣ କହିବା? ମୋଶାଙ୍କ ବ୍ୟବସ୍ଥା କଅଣ ପାପ? ତାହା କେବେ ହେଁ ନ ହେଉ। ବରଂ ପାପ କଅଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି।


ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।


କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।


ତହିଁରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ସେବା ଆମ୍ଭେମାନେ କରିବୁ ଓ ତାହାଙ୍କ ରବ ଶୁଣିବୁ।”


ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।”


ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା।’


ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ? ତୁମ୍ଭର ପିତା କି ଭୋଜନପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ? ତହିଁରେ ତାହାର ମଙ୍ଗଳ ହେଲା।


ଏହିରୂପେ କାରେହର ପୁତ୍ର ଯୋହାନନ୍‍, ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।


ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।


Swiv nou:

Piblisite


Piblisite