Biblia Todo Logo
Bib sou entènèt

- Piblisite -




ଯିରିମୀୟ 44:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ଆମ୍ଭେ ଯେପରି ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୂଶାଲମକୁ ଦଣ୍ଡ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ଡ ଦେବା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କାରଣ ଆମ୍ଭେ ଯେପରି ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ଯିରୂଶାଲମକୁ ଦଣ୍ତ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ତ ଦେବା;

Gade chapit la Kopi

ଓଡିଆ ବାଇବେଲ

13 କାରଣ ଆମ୍ଭେ ଯେପରି ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୂଶାଲମକୁ ଦଣ୍ଡ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ଡ ଦେବା;

Gade chapit la Kopi

ପବିତ୍ର ବାଇବଲ

13 ଆଉ ଆମ୍ଭେ ଯେପରି ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୁଶାଲମକୁ ଦଣ୍ଡ ଦେଇଥିଲୁ, ସେହିପରି ମିଶର ଦେଶରେ ବାସ କରୁଥିବା ପ୍ରବାସୀମାନଙ୍କୁ ଦଣ୍ଡ ଦେବୁ।

Gade chapit la Kopi




ଯିରିମୀୟ 44:13
11 Referans Kwoze  

ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁୁଯୋଗ୍ୟ ଲୋକଙ୍କୁ ମୃତ୍ୟୁୁରେ, ବନ୍ଦୀତ୍ୱର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ୍ଗଯୋଗ୍ୟ ଲୋକଙ୍କୁ ଖଡ୍ଗରେ ସମର୍ପଣ କରିବ।


ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ;


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।


ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।”


ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରିଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ।


ତେବେ ଏହା ଘଟିବ ଯେ, ଯେଉଁ ଖଡ୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ।


ଯେଉଁମାନେ ମିସରକୁ ଯାଇ ସେଠାରେ ପ୍ରବାସ କରିବା ପାଇଁ ଉତ୍ସୁକ ହୁଅନ୍ତି, ସେସମସ୍ତ ଲୋକଙ୍କ ପ୍ରତି ଏହି ପ୍ରକାର ଘଟିବ; ସେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବେ; ପୁଣି, ଆମ୍ଭେ ସେମାନଙ୍କ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁରୁ ସେମାନଙ୍କ ମଧ୍ୟରେ କେହି ଉତ୍ତୀର୍ଣ୍ଣ ଅବା ରକ୍ଷାପ୍ରାପ୍ତ ହେବେ ନାହିଁ।


ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।


ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ: ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ଯଦି ମିସରରେ ପ୍ରବେଶ କରିବା ପାଇଁ ନିତାନ୍ତ ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ;


କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।


Swiv nou:

Piblisite


Piblisite