Biblia Todo Logo
Bib sou entènèt

- Piblisite -




ଯିରିମୀୟ 44:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ-ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ, ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେମାନେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବା ପାଇଁ ଓ ପେୟ-ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ, ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ଵାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।

Gade chapit la Kopi

ଓଡିଆ ବାଇବେଲ

25 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ,’ ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।”

Gade chapit la Kopi

ପବିତ୍ର ବାଇବଲ

25 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ସ୍ତ୍ରୀଲୋକମାନେ କହିଥିଲ, “ଆମ୍ଭେମାନେ ଆକାଶ ରାଣୀ ଉଦ୍ଦେଶ୍ୟରେ ଧୂପ ଜଳାଇବା ପାଇଁ ଓ ପେୟନୈବେଦ୍ୟ ଢାଳିବା ପାଇଁ ଯେଉଁ ଶପଥ କରିଅଛୁ ତାହା ଅବଶ୍ୟ ସିଦ୍ଧ କରିବୁ।” ତେଣୁ ତୁମ୍ଭେମାନେ ଆଗେଇ ଗ୍ଭଲ, ତୁମ୍ଭମାନଙ୍କର ଶପଥ ଦୃଢ଼ କର ଓ ତୁମ୍ଭମାନଙ୍କର ଶପଥ ସିଦ୍ଧ କର।’

Gade chapit la Kopi




ଯିରିମୀୟ 44:25
9 Referans Kwoze  

ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ।


ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି।


ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; ତୁମ୍ଭେମାନେ ଯଦି ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥିଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ।


ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,”


ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ।


ଆଉ, ଯେଉଁ କଲ୍‍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲେ, ସେହି ସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।


Swiv nou:

Piblisite


Piblisite