Biblia Todo Logo
Bib sou entènèt

- Piblisite -




ଯିରିମୀୟ 44:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏହେତୁ ହେ ମିସର ଦେଶ ନିବାସୀ ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆପଣା ମହାନାମ ନେଇ ଶପଥ କରିଅଛୁ ଯେ, ‘ପ୍ରଭୁ ସଦାପ୍ରଭୁ ଜୀବିତ’ ବୋଲି ମିସର ଦେଶସ୍ଥ କୌଣସି ଯିହୁଦୀ ଲୋକ ଆମ୍ଭର ନାମ ଆଉ ମୁଖରେ ଘେନିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଏହେତୁ ହେ ମିସର ଦେଶ ନିବାସୀ ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ,ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆପଣା ମହାନାମ ନେଇ ଶପଥ କରିଅଛୁ ଯେ, “ପ୍ରଭୁ ସଦାପ୍ରଭୁ ଜୀବିତ” ବୋଲି ମିସର ଦେଶସ୍ଥ କୌଣସି ଯିହୁଦୀ ଲୋକ ଆମ୍ଭର ନାମ ଆଉ ମୁଖରେ ଘେନିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

26 ଏହେତୁ ହେ ମିସର ଦେଶ ନିବାସୀ ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ, “ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ଆପଣା ମହାନାମ ନେଇ ଶପଥ କରିଅଛୁ ଯେ, “ପ୍ରଭୁ ସଦାପ୍ରଭୁ ଜୀବିତ” ବୋଲି ମିସର ଦେଶସ୍ଥ କୌଣସି ଯିହୁଦୀ ଲୋକ ଆମ୍ଭର ନାମ ଆଉ ମୁଖରେ ଘେନିବ ନାହିଁ।’

Gade chapit la Kopi

ପବିତ୍ର ବାଇବଲ

26 ଏଣୁ ହେ ଯିହୁଦାର ସମସ୍ତ ମିଶର ଦେଶ ନିବାସୀ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ, ସଦାପ୍ରଭୁ କହନ୍ତି, ‘ଦେଖ, ମୁଁ ଆପଣା ମହାନାମରେ ଶପଥ କରିଅଛି, ମିଶର ଦେଶସ୍ଥ ଯିହୁଦୀ ଲୋକ ମୋର ନାମର ବ୍ୟବହାର କରିବ ନାହିଁ। “ସେମାନେ କେବେ କହିବେ ନାହିଁ, ନିଶ୍ଚିତରେ ସଦାପ୍ରଭୁ ଅଛନ୍ତି।”

Gade chapit la Kopi




ଯିରିମୀୟ 44:26
28 Referans Kwoze  

କାରଣ ଈଶ୍ବର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,


ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; ତୁମ୍ଭେମାନେ ଯଦି ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥିଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ।


ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର?


“ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;


ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ; ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା।”


ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।


ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।”


ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।


ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ?


ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, “ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ।


ପୁଣି, ଗୃହ ମଧ୍ୟରୁ ଅସ୍ଥିସକଳ ବାହାର କରି ଆଣିବା ପାଇଁ କୌଣସି ଲୋକର ପିତୃବ୍ୟ, ଶବଦାହକାରୀ ତାହାକୁ ଉଠାଇଲା ଉତ୍ତାରେ ଗୃହର ଅନ୍ତରସ୍ଥ ଲୋକକୁ ପଚାରିବ, “ଏବେ ହେଁ ତୁମ୍ଭର କି ଆଉ କିଏ ଅଛି?” ତେବେ ସେ କହିବ, “ନାହିଁ।” ସେତେବେଳେ ସେ କହିବ, “ତୁନି ହୁଅ; କାରଣ ସଦାପ୍ରଭୁଙ୍କର ନାମ ଆମ୍ଭମାନଙ୍କର ଉଚ୍ଚାରଣ କରିବାର ନୁହେଁ।”


ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।


ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ।


ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରିବ,


ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।


ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ।


ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଯଦି ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା।


ଆଉ, ଯେପରି ସେହି ମନ୍ଦ ଡିମ୍ବିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା।


ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ:


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”


ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍‍ଗଲ୍‍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା।


ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରିଯିବେ ନାହିଁ।”


ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।


Swiv nou:

Piblisite


Piblisite