Biblia Todo Logo
Bib sou entènèt

- Piblisite -




ଯିରିମୀୟ 44:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନ ହେବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନୋହିବା ପର୍ଯ୍ୟନ୍ତ ଖଡ଼୍‍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।

Gade chapit la Kopi

ଓଡିଆ ବାଇବେଲ

27 ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନ ହେବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।

Gade chapit la Kopi

ପବିତ୍ର ବାଇବଲ

27 ଆଉ ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳ ନିମନ୍ତେ ନୁହେଁ, ଅମଙ୍ଗଳ ନିମନ୍ତେ ସେମାନଙ୍କୁ ଜଗି ରହିବା। ମିଶର ଦେଶସ୍ଥ ସମସ୍ତ ଯିହୁଦୀ ନିଃଶେଷ ହେବା ପର୍ଯ୍ୟନ୍ତ ‌‌ଖ‌ଡ଼୍‌ଗ, ଓ ଦୁର୍ଭିକ୍ଷର ମୃତ୍ୟୁ ଲାଗି ରହିବ।

Gade chapit la Kopi




ଯିରିମୀୟ 44:27
16 Referans Kwoze  

ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା, ଏହା ସଦାପ୍ରଭୁ କହନ୍ତି।


ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”


ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ୱରୂପ ହେବେ।


ଅନ୍ତିମକାଳ ଉପସ୍ଥିତ, ସେହି ଅନ୍ତିମକାଳ ଉପସ୍ଥିତ, ତାହା ତୁମ୍ଭ ବିରୁଦ୍ଧରେ ଜାଗି ଉଠୁଅଛି; ଦେଖ, ତାହା ଆସୁଅଛି।


ମାତ୍ର ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାର ଓ ପେୟ-ନୈବେଦ୍ୟ ଢାଳିବାର ଛାଡ଼ିଦେବା ସମୟଠାରୁ ଆମ୍ଭମାନଙ୍କର ସବୁ ବିଷୟରେ ଅଭାବ ହୋଇଅଛି ଓ ଆମ୍ଭେମାନେ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହୋଇଅଛୁ।”


ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ଖଡ୍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ ଓ ନିନ୍ଦାର ପାତ୍ର ହେବେ।


କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।


ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେପର୍ଯ୍ୟନ୍ତ ସେମାନଙ୍କୁ ସଂହାର ନ କରୁ, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।”


“ତୁମ୍ଭେ ଯାଇ କୂଶୀୟ ଏବଦ୍‍-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।


ତେବେ ଏହା ଘଟିବ ଯେ, ଯେଉଁ ଖଡ୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ।


କାରଣ ଆମ୍ଭେ ଯେପରି ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୂଶାଲମକୁ ଦଣ୍ଡ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ଡ ଦେବା;


ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରିଯିବେ ନାହିଁ।”


ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ୍ଗ ନିଷ୍କୋଷ କରିବା।


ଏନିମନ୍ତେ ସଦାପ୍ରଭୁ ଅମଙ୍ଗଳାର୍ଥେ ଜାଗ୍ରତ ହୋଇ ଆମ୍ଭମାନଙ୍କ ପ୍ରତି ତାହା ଘଟାଇଅଛନ୍ତି; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କରନ୍ତି, ଆପଣାର ସେହି ସକଳ କାର୍ଯ୍ୟରେ ସେ ଧାର୍ମିକ ଅଟନ୍ତି, ମାତ୍ର ଆମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କରି ନାହୁଁ।


ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି ଓ ଆମ୍ଭେ ପୃଥିବୀରୁ ତାହା ଉଚ୍ଛିନ୍ନ କରିବା; କେବଳ ଯାକୁବ ବଂଶକୁ ଆମ୍ଭେ ନିଃଶେଷ ରୂପେ ଉଚ୍ଛିନ୍ନ କରିବା ନାହିଁ,” ଏହା ସଦାପ୍ରଭୁ କହନ୍ତି।


ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍‍, ଏହି ଲୋକମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।


Swiv nou:

Piblisite


Piblisite