Biblia Todo Logo
Bib sou entènèt

- Piblisite -




ଯିରିମୀୟ 44:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ପୁଣି, ଖଡ୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରିଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ପୁଣି, ଖଡ଼୍‍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରି ଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ।

Gade chapit la Kopi

ଓଡିଆ ବାଇବେଲ

28 ପୁଣି, ଖଡ୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରି ଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ।”

Gade chapit la Kopi

ପବିତ୍ର ବାଇବଲ

28 ‌‌ଖ‌ଡ଼୍‌ଗରୁ ରକ୍ଷା ପାଇ ଅଳ୍ପ କେତେକ ଲୋକ ମିଶରରୁ ଯିହୁଦାକୁ ଫେରିଯିବେ। ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିଶର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକେ, ସେମାନେ ଜାଣିବେ କାହାର ବାକ୍ୟ ବିଶ୍ୱାସ ଯୋଗ୍ୟ, ମୋର ନା ସେମାନଙ୍କର।”

Gade chapit la Kopi




ଯିରିମୀୟ 44:28
20 Referans Kwoze  

ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରିଯିବେ ନାହିଁ।”


ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ।


ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହି ସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ? ତେବେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”


ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନସ୍ୱରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।


ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ।


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।


କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।


ଯେଉଁମାନେ ମିସରକୁ ଯାଇ ସେଠାରେ ପ୍ରବାସ କରିବା ପାଇଁ ଉତ୍ସୁକ ହୁଅନ୍ତି, ସେସମସ୍ତ ଲୋକଙ୍କ ପ୍ରତି ଏହି ପ୍ରକାର ଘଟିବ; ସେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବେ; ପୁଣି, ଆମ୍ଭେ ସେମାନଙ୍କ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁରୁ ସେମାନଙ୍କ ମଧ୍ୟରେ କେହି ଉତ୍ତୀର୍ଣ୍ଣ ଅବା ରକ୍ଷାପ୍ରାପ୍ତ ହେବେ ନାହିଁ।


କାରଣ ଆମ୍ଭେ ଯେପରି ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୂଶାଲମକୁ ଦଣ୍ଡ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ଡ ଦେବା;


ହେ ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ।


ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ୍ଗରୁ ରକ୍ଷା ପାଇବେ।


Swiv nou:

Piblisite


Piblisite