Biblia Todo Logo
Bib sou entènèt

- Piblisite -




ଯିରିମୀୟ 44:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକୀୟକୁ ତାହାର ପ୍ରାଣନାଶର ଚେଷ୍ଟାକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍‍ନିତ୍ସର ହସ୍ତରେ ସମର୍ପଣ କଲୁ, ସେପରି ଆମ୍ଭେ ମିସରର ରାଜା ଫାରୋ ହଫ୍ରାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ଓ ତାହାର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକୀୟକୁ ତାହାର ପ୍ରାଣନାଶର ଚେଷ୍ଟାକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍ନିତ୍ସର ହସ୍ତରେ ସମର୍ପଣ କଲୁ, ସେପରି ଆମ୍ଭେ ମିସରର ରାଜା ଫାରୋ-ହଫ୍ରାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ଓ ତାହାର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା।

Gade chapit la Kopi

ଓଡିଆ ବାଇବେଲ

30 ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକୀୟକୁ ତାହାର ପ୍ରାଣନାଶର ଚେଷ୍ଟାକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍‍ନିତ୍ସର ହସ୍ତରେ ସମର୍ପଣ କଲୁ, ସେପରି ଆମ୍ଭେ ମିସରର ରାଜା ଫାରୋ ହଫ୍ରାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ଓ ତାହାର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା।”

Gade chapit la Kopi

ପବିତ୍ର ବାଇବଲ

30 ସଦାପ୍ରଭୁ ଏହିକଥା କହନ୍ତି, ‘ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକିୟକୁ ତାହାର ପ୍ରାଣ ନାଶକାରୀ ଶତ୍ରୁ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ହସ୍ତରେ ସମର୍ପଣ କଲୁ,’ ସେହିପରି, ‘ଆମ୍ଭେ ମିଶରର ରାଜା ଫାରୋ-ହଫ୍ରାକୁ ତାହାର ପ୍ରାଣନାଶକାରୀ ଶତ୍ରୁମାନଙ୍କ ହସ୍ତରେ ସମର୍ପଣ କରିବା।’”

Gade chapit la Kopi




ଯିରିମୀୟ 44:30
11 Referans Kwoze  

“ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ୍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ୱାସ୍ଥ୍ୟଜନକ ଔଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ।


ପୁଣି, ଯିହୁଦାର ରାଜା ସିଦିକୀୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠି ଯାଇଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବା।


ଏହିରୂପେ ତୁମ୍ଭେ ଐଶ୍ୱର୍ଯ୍ୟରେ ଓ ମହତ୍ତ୍ୱରେ ଏଦନସ୍ଥ ବୃକ୍ଷସମୂହର ମଧ୍ୟରେ କାହାର ତୁଲ୍ୟ? ତଥାପି ତୁମ୍ଭେ ଏଦନସ୍ଥ ବୃକ୍ଷଗଣର ସହିତ ଅଧୋଭୁବନକୁ ଅଣାଯିବ; ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ୍ଗହତ ଲୋକମାନଙ୍କ ସହିତ ଶୟନ କରିବ। ଏହି ଫାରୋ ଓ ତାହାର ସମସ୍ତ ଲୋକ ଏପରି ଅଟନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।


ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନସ୍ୱରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।


Swiv nou:

Piblisite


Piblisite