Biblia Todo Logo
Bib sou entènèt

- Piblisite -




ଯିରିମୀୟ 44:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ଵାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣା-ମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;

Gade chapit la Kopi

ଓଡିଆ ବାଇବେଲ

7 ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, “ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;

Gade chapit la Kopi

ପବିତ୍ର ବାଇବଲ

7 “ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭେମାନେ କାହିଁକି ଏହି ମହାପାପ କରି ନିଜ ନିଜ ଜୀବନକୁ ଆଘାତ କରୁଛ? ଏହା ଦ୍ୱାରା ତୁମ୍ଭେମାନେ ନିଜ ନିଜ ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦା ପରିବାରରୁ ବିଚ୍ଛିନ୍ନ କରୁଅଛ। ଆଉ କାହାରିକୁ ଯିହୁଦାର ଅବଶିଷ୍ଟ ରଖୁ ନାହଁ।

Gade chapit la Kopi




ଯିରିମୀୟ 44:7
28 Referans Kwoze  

ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ୱାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ।


ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ବୃଦ୍ଧ ଓ ବାଳକକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ଯୁବକ ଓ ଯୁବତୀକି ଚୂର୍ଣ୍ଣ କରିବା;


ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନସ୍ୱରୂପ ହେବ।”


ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?


ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।


ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରିଯିବେ ନାହିଁ।”


କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।


ସଦାପ୍ରଭୁ କହନ୍ତି, ସେମାନେ କʼଣ ଆମ୍ଭକୁ ବିରକ୍ତ କରନ୍ତି? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କʼଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି?


ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।


ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।


ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”


ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକୁ ବର୍ଜିତ ରୂପେ ବିନାଶ କରିବ।”


ପୁଣି ସେମାନେ ପୁରୁଷ ଓ ସ୍ତ୍ରୀ, ଯୁବା ଓ ବୃଦ୍ଧ, ପୁଣି ଗୋରୁ ଓ ମେଷ ଓ ଗର୍ଦ୍ଦଭ ଆଦି ଯାହା ଯାହା ନଗରରେ ଥିଲା, ସେସବୁକୁ ଖଡ୍ଗମୁଖରେ ବର୍ଜିତ ରୂପେ ବିନାଶ କଲେ।


ବାହାରେ ଖଡ୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଁଙ୍କୁ, ପୁଣି ଦୁଗ୍ଧପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।


ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଅଭିଶାପ ଓ ନିନ୍ଦାର ପାତ୍ର ହେବ।


ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’


ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”


ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କରିଅଛ।


ମାତ୍ର ଯେ ମୋʼ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭଲ ପାଆନ୍ତି।”


ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।


ପୁଣି, ସେ ଯାଜକମାନଙ୍କର ନୋବ ନଗରକୁ ଖଡ୍ଗଧାରରେ ଆଘାତ କଲା; ସେ ଖଡ୍ଗଧାରରେ ପୁରୁଷ ଓ ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁ ଉଭୟଙ୍କୁ, ପୁଣି, ଗୋରୁ ଓ ଗର୍ଦ୍ଦଭ ଓ ମେଷାଦିକୁ ଆଘାତ କଲା।


ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟକାଳରୁ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି।


ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ୱାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇ ନ ଥିଲେ, କି ଅବଶିଷ୍ଟ ରହି ନ ଥିଲେ; ଯେଉଁମାନଙ୍କୁ ମୁଁ ଲାଳନପାଳନ କରିଅଛି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।


ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।’


ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ।


ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ।


Swiv nou:

Piblisite


Piblisite