Biblia Todo Logo
Bib sou entènèt

- Piblisite -




ଯିରିମୀୟ 46:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତା;।

Gade chapit la Kopi

ଓଡିଆ ବାଇବେଲ

1 ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।

Gade chapit la Kopi

ପବିତ୍ର ବାଇବଲ

1 ବିଭିନ୍ନ ଗୋଷ୍ଠୀଗଣ ବିଷୟରେ ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi




ଯିରିମୀୟ 46:1
13 Referans Kwoze  

ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”


କିମ୍ବା ଈଶ୍ବର କି କେବଳ ଯିହୁଦୀମାନଙ୍କର ଈଶ୍ବର? ସେ କି ଅଣଯିହୁଦୀମାନଙ୍କର ମଧ୍ୟ ଈଶ୍ବର ନୁହଁନ୍ତି? ହଁ, ଅଣଯିହୁଦୀମାନଙ୍କର ମଧ୍ୟ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ମୋʼ ର ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।


ସିଂହ ଆପଣା ଗହ୍ୱରରୁ ବାହାରିଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରିଅଛି।


କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।


ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ।


ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁୁଯୋଗ୍ୟ ଲୋକଙ୍କୁ ମୃତ୍ୟୁୁରେ, ବନ୍ଦୀତ୍ୱର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ୍ଗଯୋଗ୍ୟ ଲୋକଙ୍କୁ ଖଡ୍ଗରେ ସମର୍ପଣ କରିବ।


ଦଶମ ବର୍ଷର ଦଶମ ମାସ, ମାସର ଦ୍ୱାଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;


ଏଥିଉତ୍ତାରେ ଏକାଦଶ ବର୍ଷର ତୃତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;


ଏଥିଉତ୍ତାରେ ଦ୍ୱାଦଶ ବର୍ଷର ଦ୍ୱାଦଶ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ଏନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ଦୟା ନ କରି କି ଗୋଷ୍ଠୀଗଣକୁ ନିରନ୍ତର ବଧ କରୁଥିବ?


Swiv nou:

Piblisite


Piblisite