Biblia Todo Logo
Bib sou entènèt

- Piblisite -




ଯିରିମୀୟ 46:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 “ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍‍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍‍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍ହେଷରେ ଘୋଷଣା କର; ତୁମ୍ଭେମାନେ କୁହ, ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ଼୍‍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।

Gade chapit la Kopi

ଓଡିଆ ବାଇବେଲ

14 “ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍‍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍‍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ‘ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।’

Gade chapit la Kopi

ପବିତ୍ର ବାଇବଲ

14 “ତୁମ୍ଭେମାନେ ମିଶରରେ ପ୍ରଗ୍ଭର କର, ମି‌ଗ୍‌ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫ‌‌‌ନ୍‌‌‌ହେଷରେ କୁହ, ‘ତୁମ୍ଭେମାନେ ଯୁଦ୍ଧ ପାଇଁ ଠିଆ ହୁଅ ଓ ଆପଣାକୁ ପ୍ରସ୍ତୁତ କର। କାରଣ ‌‌ଖ‌ଡ଼୍‌ଗ ତୁମ୍ଭ ଗ୍ଭରିଆଡ଼େ ଲୋକମାନଙ୍କୁ ବିନାଶ କରିଗ୍ଭଲିଛି।’

Gade chapit la Kopi




ଯିରିମୀୟ 46:14
23 Referans Kwoze  

କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍‍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।


ଯେଉଁ ଯିହୁଦୀୟମାନେ ମିସର ଦେଶରେ ବାସ କଲେ, ଯେଉଁମାନେ ମିଗ୍‍ଦୋଲରେ ଓ ତଫନ୍‍ହେଷରରେ ଓ ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ, ସେସମସ୍ତଙ୍କ ବିଷୟରେ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତାହା ଏହି, ଯଥା,


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ୍ଗ ତୁମ୍ଭର ଯୁବା ସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।


ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଗ୍ରାସ କରିଅଛି।


ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”


ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ।


ସଦାପ୍ରଭୁଙ୍କ ଖଡ୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ।


“ସେହି ସମୟରେ ଅଶୂରୀୟ ଖଡ୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ୍ଗରେ ନୁହେଁ; ପୁଣି ଖଡ୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ୍ଗ ନୁହେଁ; ଆଉ, ସେ ଖଡ୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ।


ତେବେ ଅବ୍‍ନର ଯୋୟାବକୁ ଡାକି କହିଲା, “ଖଡ୍ଗ କʼଣ ସର୍ବଦା ଗ୍ରାସ କରିବ? ଶେଷରେ ତାହା ଯେ ତିକ୍ତ ହେବ, ଏହା କʼଣ ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍‍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ?”


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଫେରି ପୀହହୀରୋତର ପୂର୍ବ ଦିଗରେ ମିଗ୍‍ଦୋଲ ଓ ସମୁଦ୍ର ମଧ୍ୟରେ ଛାଉଣି ସ୍ଥାପନ କର; ତୁମ୍ଭେମାନେ ବାଲ-ସଫୋନ ଆଗରେ, ଅର୍ଥାତ୍‍, ତାହାର ସମ୍ମୁଖରେ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କର।


ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ।’”


ସୋୟନର ଅଧିପତିମାନେ ନିର୍ବୋଧ ହୋଇଅଛନ୍ତି, ନୋଫର ଅଧିପତିମାନେ ଭ୍ରାନ୍ତ ହୋଇଅଛନ୍ତି; ଯେଉଁମାନେ ମିସରୀୟ ଗୋଷ୍ଠୀବର୍ଗର କୋଣ-ପ୍ରସ୍ତର ସ୍ୱରୂପ, ସେମାନେ ମିସରକୁ ବିପଥରେ ଗମନ କରାଇଅଛନ୍ତି।


ମିସର ବିଷୟ। ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍‍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା।


ଆଗୋ ମିସର ନିବାସିନୀ କନ୍ୟେ, ତୁମ୍ଭେ ବନ୍ଦୀତ୍ୱକୁ ଯିବା ପାଇଁ ଆପଣାର ସମ୍ବଳ ପ୍ରସ୍ତୁତ କର; କାରଣ ନୋଫ ଧ୍ୱଂସିତ, ଦଗ୍ଧ ଓ ନିବାସୀବିହୀନ ହେବ।


ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା।


କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।


ଆହୁରି ନୋଫର ଓ ତଫନ୍‍ହେଷର ସନ୍ତାନଗଣ ତୁମ୍ଭ ମସ୍ତକର ମୁକୁଟକୁ ଭାଙ୍ଗିଅଛନ୍ତି।


Swiv nou:

Piblisite


Piblisite