Biblia Todo Logo
Bib sou entènèt

- Piblisite -




ଯିରିମୀୟ 46:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ିଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ି ଦେଲେ।

Gade chapit la Kopi

ଓଡିଆ ବାଇବେଲ

15 ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ି ଦେଲେ।”

Gade chapit la Kopi

ପବିତ୍ର ବାଇବଲ

15 “ହେ ମିଶର, ତୁମ୍ଭର ବଳବାନ୍ ଲୋକମାନେ ମୃତ୍ୟୁବରଣ କରିବେ ଓ ସେମାନେ ସ୍ଥିର ହୋଇ ଛିଡ଼ା ହୋଇ ପାରିବେ ନାହିଁ। କାରଣ ସଦାପ୍ରଭୁ ସେମାନଙ୍କୁ ତଳେ ଠେଲି ପକାଇ ଦେବେ।

Gade chapit la Kopi




ଯିରିମୀୟ 46:15
12 Referans Kwoze  

ଯେପରି ଧୂମ ଚାଳିତ ହୁଏ, ସେହିପରି ସେମାନଙ୍କୁ ଚଳାଅ; ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେହିପରି ପରମେଶ୍ୱରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ।


ଆମ୍ଭେ ସେମାନଙ୍କୁ ଉଦ୍‍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି, ଏହା ସଦାପ୍ରଭୁ କହନ୍ତି।


କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋʼ କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ।


ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ।


ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା।


ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ିଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।


ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ।


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଯିବାକୁ ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।”


ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ।


Swiv nou:

Piblisite


Piblisite