Biblia Todo Logo
Bib sou entènèt

- Piblisite -




ଯିରିମୀୟ 46:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, ତହିଁରେ ତାହାର ଶବ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, ତହିଁରେ ତାହାର ଶଦ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ।

Gade chapit la Kopi

ଓଡିଆ ବାଇବେଲ

22 ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, ତହିଁରେ ତାହାର ଶବ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ।”

Gade chapit la Kopi

ପବିତ୍ର ବାଇବଲ

22 ମିଶର ସର୍ପତୁଲ୍ୟ ଶବ୍ଦକରି ପଳାଇବାକୁ ଚେଷ୍ଟା କରିବ। ମାତ୍ର ଶତ୍ରୁଗଣ ତା'ର ନିକଟରୁ ନିକଟତର ହେବେ। ସେମାନେ କାଠ ‌‌କଟାଳୀ ସଦୃଶ କୁହ୍ରାଡ଼ି ନେଇ ତା’ ବିରୁଦ୍ଧରେ ଆକ୍ରମଣ କରିବେ।”

Gade chapit la Kopi




ଯିରିମୀୟ 46:22
13 Referans Kwoze  

ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ୱରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍‍ ଫୁସ୍‍ ଶବ୍ଦ ଉଠିବ।


ହଁ, ଦେବଦାରୁ ଓ ଲିବାନୋନର ଏରସ ବୃକ୍ଷସକଳ ତୁମ୍ଭ ବିଷୟରେ ଆନନ୍ଦ କରି କହନ୍ତି, ‘ତୁମ୍ଭେ ଭୂମିସାତ୍‍ ହେବାଠାରୁ କୌଣସି ଛେଦନକର୍ତ୍ତା ଆମ୍ଭମାନଙ୍କ ପ୍ରତିକୂଳରେ ଆସି ନାହିଁ।’


ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍‍ ହେଲା।


ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ।


ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ଉଲଙ୍ଗ ହୋଇ ଖାଲି ପାଦରେ ବୁଲିବା। ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ରପକ୍ଷୀ ପରି ଶୋକ କରିବା।


ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।


କୁହ୍ରାଡ଼ି କʼଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ?


ଏନିମନ୍ତେ ଅଧିପତିମାନେ ସେମାନଙ୍କୁ କହିଲେ, ଏମାନେ ଜୀବିତ ଥାଉନ୍ତୁ; ମାତ୍ର ଅଧିପତିଗଣର ବାକ୍ୟାନୁସାରେ ସେମାନେ ସମସ୍ତ ମଣ୍ଡଳୀର କାଠକଟାଳୀ ଓ ଜଳକଢ଼ାଳୀ ହେବେ।


ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖାଗଲେ।


ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା।


ସଦାପ୍ରଭୁ କହନ୍ତି, ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି।


Swiv nou:

Piblisite


Piblisite