Biblia Todo Logo
Bib sou entènèt

- Piblisite -




ଯିରିମୀୟ 46:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରିଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ଵ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

27 ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

27 “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ କିଅବା ହେ ଇସ୍ରାଏଲ ତୁମ୍ଭେ ନିରାଶ ହୁଅ ନାହିଁ। ଆମ୍ଭେ ଦୂର ଦେଶରୁ ତୁମ୍ଭକୁ ଓ ବନ୍ଦୀ ଅବସ୍ଥାରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା। ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିତରେ ରହିଲା। ଆଉ କେହି ତାହାକୁ ଭୟ ଦେଖାଇଲେ ନାହିଁ।”

Gade chapit la Kopi




ଯିରିମୀୟ 46:27
24 Referans Kwoze  

ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;


ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; “ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର।


ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।


ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।


ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।


ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ,’ ଏହି ନାମରେ ସେ ବିଖ୍ୟାତ ହେବେ।


ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।


ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ।


ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍‍ଯୋଗୀ ହେବା।


କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା।


ପୁଣି, ଯେଉଁ ଦିନ ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଦୁଃଖ ଓ କ୍ଲେଶରୁ ଓ ଯେଉଁ କଠୋର ଦାସତ୍ୱରେ ତୁମ୍ଭକୁ ଦାସ୍ୟକର୍ମ କରିବାକୁ ହେଲା, ତହିଁରୁ ବିଶ୍ରାମ ଦେବେ,


ତଥାପି ହେ ଆମ୍ଭର ଦାସ ଯାକୁବ ଓ ଆମ୍ଭର ମନୋନୀତ ଇସ୍ରାଏଲ, ଏବେ ଶୁଣ;


ପୁଣି, ତୁମ୍ଭେମାନେ ଆପଣା ହୃଦୟକୁ କ୍ଷୀଣ ହେବାକୁ ଦିଅ ନାହିଁ, କିଅବା ଦେଶ ମଧ୍ୟରେ ଯେଉଁ ଜନରବ ଶୁଣାଯିବ, ତହିଁ ସକାଶୁ ଭୀତ ହୁଅ ନାହିଁ; କାରଣ ଏକ ବର୍ଷ ଏକ ଜନରବ ଉଠିବ, ଅନ୍ୟ ବର୍ଷ ଅନ୍ୟ ଏକ ଜନରବ ଉଠିବ, ପୁଣି ଦେଶରେ ଦୌରାତ୍ମ୍ୟ ଓ ଶାସନକର୍ତ୍ତା ଶାସନକର୍ତ୍ତାର ବିପକ୍ଷ ହେବ।


ପୁଣି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା, ଅର୍ଥାତ୍‍, ସଦୋମ ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ଶମରୀୟା ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ତୁମ୍ଭର ବନ୍ଦୀଗଣର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା;


Swiv nou:

Piblisite


Piblisite