Biblia Todo Logo
Bib sou entènèt

- Piblisite -




ଯିରିମୀୟ 46:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆମ୍ଭେ ସେମାନଙ୍କୁ ଉଦ୍‍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆମ୍ଭେ ସେମାନଙ୍କୁ ଉଦ୍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ଆମ୍ଭେ ସେମାନଙ୍କୁ ଉଦ୍‍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି,” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

5 ଆମ୍ଭେ କ’ଣ ଦେଖୁଅଛୁ? ସେମାନେ ଉ‌‌ଦ୍‌‌ବିଗ୍ନ ହୋଇ ପଛକୁ ଫେରୁଛନ୍ତି। ସେମାନଙ୍କର ବୀରଗଣ ପରାସ୍ତ ହୋଇଛନ୍ତି ଓ ପଛକୁ ନ ଗ୍ଭହିଁ ଶୀଘ୍ର ଶୀଘ୍ର ପଳାୟନ କରୁଛନ୍ତି। ସେମାନଙ୍କ ଚତୁର୍ଦ୍ଦିଗରେ ଆଶଙ୍କା ଭରି ଯାଇଛି।” ସଦାପ୍ରଭୁ ଏହିସବୁ କହନ୍ତି।

Gade chapit la Kopi




ଯିରିମୀୟ 46:5
19 Referans Kwoze  

ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚସ୍ୱରରେ ସେମାନଙ୍କୁ କହିବେ।


ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ଅଛି।


ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା।


ମାତ୍ର ନୀନିବୀ ପୂର୍ବକାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ୱରୂପା ହୋଇଅଛି; ତଥାପି ସେମାନେ ସମସ୍ତେ ପଳାୟନ କରନ୍ତି; “ଠିଆ ହୁଅ, ଠିଆ ହୁଅ” କହିଲେ ମଧ୍ୟ କେହି ପଛକୁ ଅନାନ୍ତି ନାହିଁ।


ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜାଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ୍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଭୟରେ କମ୍ପିତ ହେବେ।


ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ିଦେଲେ।


କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, “ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।”


ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।


ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”


ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।


ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ “ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର” ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।


ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ନ ଥିବ।


ତୁମ୍ଭେମାନେ ବୀରମାନଙ୍କର ମାଂସ ଖାଇବ ଓ ଭୂପତିମାନଙ୍କର ରକ୍ତ ପିଇବ, ସେମାନେ ସମସ୍ତେ ବାଶନ ଦେଶୀୟ ହୃଷ୍ଟପୁଷ୍ଟ ମେଷ, ମେଷବତ୍ସ, ଛାଗ ଓ ବୃଷ ସ୍ୱରୂପ ଅଟନ୍ତି।


ତୁମ୍ଭେମାନେ ରୂପା ଲୁଣ୍ଠନ କର, ସୁନା ଲୁଣ୍ଠନ କର, କାରଣ ସବୁ ପ୍ରକାର ମନୋହର ସାମଗ୍ରୀର ଐଶ୍ୱର୍ଯ୍ୟ ସ୍ୱରୂପ ଭଣ୍ଡାରର ସୀମା ନାହିଁ।


ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍‍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀରପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।


Swiv nou:

Piblisite


Piblisite