Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା? ତୁମ୍ଭେ ଯେତେ ଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା? ତୁମ୍ଭେ ଯେତେଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।

Gade chapit la Kopi

ଓଡିଆ ବାଇବେଲ

27 ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା ? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା ? ତୁମ୍ଭେ ଯେତେଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।

Gade chapit la Kopi

ପବିତ୍ର ବାଇବଲ

27 “ହେ ମୋୟାବ, ଇସ୍ରାଏଲ ତୁମ୍ଭ ଦୃଷ୍ଟିରେ ପରିହାସର ପାତ୍ର ହୋଇଥିଲା। ସତେ ଯେମିତି ସେ ଗ୍ଭେରମାନଙ୍କ ମଧ୍ୟରେ ଧରାଯାଇଥିଲା, ତୁମ୍ଭେ ସେପରି ବ୍ୟବହାର କଲ। ତୁମ୍ଭେ ହତାଶରେ ମୁଣ୍ଡ ହଲାଇଲ ଯେଉଁ କ୍ଷଣେ ତୁମ୍ଭେ ତା’ ବିଷୟରେ କୁହ।

Gade chapit la Kopi




ଯିରିମୀୟ 48:27
22 Referans Kwoze  

ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍‍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;


“ମୋୟାବର ଧିକ୍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।”


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ମୋୟାବ ଓ ସେୟୀର କହୁଅଛନ୍ତି, ଦେଖ, ଯିହୁଦା ବଂଶ ଅନ୍ୟ ସକଳ ଗୋଷ୍ଠୀର ସମାନ,


ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ।


ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ନେଇ ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ;


କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।


ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି।


ଏହେତୁ ହେ ଇସ୍ରାଏଲର ପର୍ବତଗଣ, ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ଇସ୍ରାଏଲର ଯେସକଳ ପର୍ବତ ଓ ଉପପର୍ବତଗଣ, ଜଳପ୍ରବାହ ଓ ଉପତ୍ୟକାସକଳ, ଧ୍ୱଂସ ଶୂନ୍ୟସ୍ଥାନସକଳ ଓ ତ୍ୟକ୍ତ ନଗରସମୂହ, ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀୟମାନଙ୍କର ଅବଶିଷ୍ଟାଂଶର ପ୍ରତି ଲୁଟିତ ଦ୍ରବ୍ୟ ଓ ହାସ୍ୟାସ୍ପଦ ହୋଇଅଛି, ସେହି ସବୁକୁ ସଦାପ୍ରଭୁ ଏହି କଥା କହନ୍ତି;


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, ‘ଭଲ ହେଲା, ଭଲ ହେଲା! ଓ ସେହି ପ୍ରାଚୀନ ଉଚ୍ଚସ୍ଥଳୀସକଳ ଆମ୍ଭମାନଙ୍କର ଅଧିକୃତ ହେଲା,’


ଇସ୍ରାଏଲ ବଂଶର ଅଧିକାର ଧ୍ୱଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ୱଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ।”


ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍‍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।


ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।


ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ।


ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯଦି ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି।


ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ;


ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୂଶାଲମ ଆପଣା ପୂର୍ବକାଳର ମନୋହର ବିଷୟସବୁ ସ୍ମରଣ କରୁଅଛି। ଯେତେବେଳେ ତାହାର ଲୋକମାନେ ବିପକ୍ଷର ହସ୍ତରେ ପଡ଼ିଲେ ଓ କେହି ତାହାର ସାହାଯ୍ୟ କଲେ ନାହିଁ, ସେତେବେଳେ ବିପକ୍ଷଗଣ ତାହାକୁ ଦେଖି ତାହାର ଉତ୍ସନ୍ନତାରେ ଉପହାସ କଲେ।


ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି? ତଦ୍ଦ୍ୱାରା ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।


Swiv nou:

Piblisite


Piblisite