Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।

Gade chapit la Kopi

ଓଡିଆ ବାଇବେଲ

44 ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ;” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।”

Gade chapit la Kopi

ପବିତ୍ର ବାଇବଲ

44 ଯେତେବେଳେ ଲୋକମାନେ ଭୟରେ ଦୌଡ଼ିବେ, ସେମାନେ ଖାତ ଭିତରେ ପଡ଼ିବେ ଏବଂ ଯେତେବେଳେ ସେମାନେ ଖାତରୁ ବାହାରକୁ ପଡ଼ିବେ, ସେମାନେ ଧରାଯିବେ। ସଦାପ୍ରଭୁ କହନ୍ତି, ଏହା ଘଟିବ କାରଣ ମୁଁ ମୋୟାବ ଉପରେ ଶାସ୍ତିର ବର୍ଷ ଆଣିବି।”

Gade chapit la Kopi




ଯିରିମୀୟ 48:44
22 Referans Kwoze  

ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍‍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କର ପ୍ରତିଫଳ ପ୍ରାପ୍ତିର ବର୍ଷ ଆଣିବା।”


ତହିଁରେ ଯେଉଁ ଲୋକ ହସାୟେଲର ଖଡ୍ଗରୁ ବଞ୍ଚିବ, ଯେହୂ ତାହାଙ୍କୁ ବଧ କରିବ ଓ ଯେ ଯେହୂର ଖଡ୍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ।


କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେହି ଦିନ ସଦୃଶ୍ୟ)


ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା।


ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।


ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମା ପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।


ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ।


ଏଣୁକରି ସେମାନଙ୍କର ପଥ ଅନ୍ଧକାରାବୃତ ଖସଡ଼ା ସ୍ଥାନ ହେବ; ସେମାନେ ତାଡ଼ିତ ହୋଇ ତହିଁରେ ପଡ଼ିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କୁ ପ୍ରତିଫଳ ଦେବାର ବର୍ଷ ଆଣିବା।


ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ।


ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।


ଆଉ, ଏପରି ଘଟିବ, କେହି ଯଦି ଭୟର ଶବ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରାଯିବ; କାରଣ ଊର୍ଦ୍ଧ୍ୱସ୍ଥ ଝରକାସବୁ ମୁକ୍ତ ଅଛି ଓ ପୃଥିବୀର ମୂଳସବୁ କମ୍ପମାନ ହେଉଅଛି।


ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?


ମାତ୍ର ଅବଶିଷ୍ଟ ସମସ୍ତେ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ; ଆଉ ଅବଶିଷ୍ଟ ସତାଇଶ ହଜାର ଲୋକଙ୍କ ଉପରେ ପାଚେରୀ ପଡ଼ିଲା। ପୁଣି, ବିନ୍‍ହଦଦ୍‍ ପଳାଇ ନଗରରେ ପ୍ରବେଶ କରି ଗୋଟିଏ ଭିତର କୋଠରିକୁ ଗଲା।


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।


ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।


ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; ସେମାନେ ସନ୍ତାପର ପାତ୍ର! କାରଣ ସେମାନଙ୍କର ଦିନ, ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା।


ତ୍ରାସ ଓ ଖାତ, ଉଜାଡ଼ ଓ ବିନାଶ ଆମ୍ଭମାନଙ୍କ ପ୍ରତି ଘଟିଅଛି।


ହେ ପୃଥିବୀନିବାସୀ ଲୋକ, ତୁମ୍ଭ ନିମନ୍ତେ ଭୟ, ଗର୍ତ୍ତ ଓ ଫାନ୍ଦ ପ୍ରସ୍ତୁତ ଅଛି।


ହେ ଦଦାନ ନିବାସୀଗଣ, ତୁମ୍ଭେମାନେ ପଳାଅ, ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର; କାରଣ ଆମ୍ଭେ ତାହା ଉପରେ ଏଷୌର ବିପଦ, ତାହାକୁ ପ୍ରତିଫଳ ଦେବାର ସମୟ ଆଣିବା।


Swiv nou:

Piblisite


Piblisite