Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇ ଯିବ।

Gade chapit la Kopi

ଓଡିଆ ବାଇବେଲ

7 କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇ ଯିବ।

Gade chapit la Kopi

ପବିତ୍ର ବାଇବଲ

7 “ତୁମ୍ଭେମାନେ ନିଜ କର୍ମରେ ଓ ଧନ ସମ୍ପତ୍ତିରେ ନିର୍ଭର କରିଅଛ। ଏଣୁ ତୁମ୍ଭେମାନେ ଧରାଯିବ। ଆଉ କମୋଶ ତା'ର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇଯିବ।

Gade chapit la Kopi




ଯିରିମୀୟ 48:7
22 Referans Kwoze  

ହେ ମୋୟାବ, ତୁମ୍ଭର ସନ୍ତାପ ହେଲା! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;


ହେ ହିଷ୍‍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍‍କମ୍‍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।


ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;


“ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।”


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି,


ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ।


ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର! କମୋଶର ଲୋକମାନେ ବିନଷ୍ଟ ହେଲେ; କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ।


ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍‍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।


ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍‍ ଦେବୀକି ଓ ମୋୟାବର କମୋଶ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍‍କମ୍‍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି, ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି।


ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।


ଆଉ, ଆମ୍ଭେ ମିସରସ୍ଥ ଦେବାଳୟସବୁରେ ଅଗ୍ନି ଲଗାଇବା ଓ ସେ ସେମାନଙ୍କୁ ଦଗ୍ଧ କରି ବାବିଲକୁ ବନ୍ଦୀ କରି ଘେନିଯିବ; ପୁଣି, ମେଷପାଳକ ଯେପରି ଆପଣା ବସ୍ତ୍ର ଘୋଡ଼ାଇଥାଏ, ସେହିପରି ସେ ମିସର ଦେଶ ଦ୍ୱାରା ଆପଣାକୁ ଘୋଡ଼ାଇବ ଓ ସେ ଶାନ୍ତିରେ ଏ ସ୍ଥାନରୁ ପ୍ରସ୍ଥାନ କରିବ।


ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।


ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଙ୍କାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।


ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ମୋଲକ୍‍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।


ତୁମ୍ଭର କମୋଶ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ।


ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେହି ସବୁ ଦଗ୍ଧ କଲେ।


ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ‘ମୋʼ ନିକଟକୁ କିଏ ଆସିବ?’


Swiv nou:

Piblisite


Piblisite