Biblia Todo Logo
Bib sou entènèt

- Piblisite -




ଯିରିମୀୟ 49:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତା; ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ତିତ ହେବ? ତୁମ୍ଭେ ଅଦଣ୍ତିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।

Gade chapit la Kopi

ଓଡିଆ ବାଇବେଲ

12 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।”

Gade chapit la Kopi

ପବିତ୍ର ବାଇବଲ

12 ମାତ୍ର ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ନାହିଁ, ସେମାନେ ତହିଁରେ ପାନ କରିବେ। କିନ୍ତୁ ଇଦୋମ, ତୁମ୍ଭେ ପାନ କରିବାର ଯୋଗ୍ୟ ଓ ତୁମ୍ଭେ ନିଶ୍ଚିତ ପାନ କରିବ। ତୁମ୍ଭେ ସର୍ବତୋଭାବେ ଦଣ୍ଡିତ ହେବ। ତୁମ୍ଭେ ଦଣ୍ଡରୁ କେବେ ରକ୍ଷା ପାଇବ ନାହିଁ।”

Gade chapit la Kopi




ଯିରିମୀୟ 49:12
9 Referans Kwoze  

କାରଣ ତୁମ୍ଭେମାନେ ଆମ୍ଭ ପବିତ୍ର ପର୍ବତରେ ଯେପରି ପାନ କରିଅଛ, ସେପରି ସମୁଦାୟ ଗୋଷ୍ଠୀ ନିତ୍ୟ ନିତ୍ୟ ପାନ କରିବେ, ହଁ, ସେମାନେ ପାନ କରୁ କରୁ ଗିଳି ପକାଇବେ, ପୁଣି ଅଜାତର ତୁଲ୍ୟ ହେବେ।


ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରିଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।


କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।


ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ।


କିନ୍ତୁ ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରିପାର?”


Swiv nou:

Piblisite


Piblisite