Biblia Todo Logo
Bib sou entènèt

- Piblisite -




ଯିରିମୀୟ 49:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମୁଁ ସଦାପ୍ରଭୁଙ୍କଠାରୁ ସମ୍ବାଦ ଶୁଣିଅଛି, ପୁଣି ଗୋଷ୍ଠୀଗଣ ମଧ୍ୟରେ ଏହି କଥା କହିବା ପାଇଁ ଜଣେ ଦୂତ ପ୍ରେରିତ ହୋଇଅଛି, ଯଥା, ତୁମ୍ଭେମାନେ ଏକତ୍ରିତ ହୋଇ ତାହା ବିରୁଦ୍ଧରେ ଆସ ଓ ଯୁଦ୍ଧ କରିବାକୁ ଉଠ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମୁଁ ସଦାପ୍ରଭୁଙ୍କଠାରୁ ସମ୍ଵାଦ ଶୁଣିଅଛି, ପୁଣି ଗୋଷ୍ଠୀଗଣ ମଧ୍ୟରେ ଏହି କଥା କହିବା ପାଇଁ ଜଣେ ଦୂତ ପ୍ରେରିତ ହୋଇଅଛି, ଯଥା, ତୁମ୍ଭେମାନେ ଏକତ୍ରିତ ହୋଇ ତାହା ବିରୁଦ୍ଧରେ ଆସ ଓ ଯୁଦ୍ଧ କରିବାକୁ ଉଠ।

Gade chapit la Kopi

ଓଡିଆ ବାଇବେଲ

14 ମୁଁ ସଦାପ୍ରଭୁଙ୍କଠାରୁ ସମ୍ବାଦ ଶୁଣିଅଛି, ପୁଣି ଗୋଷ୍ଠୀଗଣ ମଧ୍ୟରେ ଏହି କଥା କହିବା ପାଇଁ ଜଣେ ଦୂତ ପ୍ରେରିତ ହୋଇଅଛି, ଯଥା, ତୁମ୍ଭେମାନେ ଏକତ୍ରିତ ହୋଇ ତାହା ବିରୁଦ୍ଧରେ ଆସ ଓ ଯୁଦ୍ଧ କରିବାକୁ ଉଠ।

Gade chapit la Kopi

ପବିତ୍ର ବାଇବଲ

14 ମୁଁ ସଦାପ୍ରଭୁଙ୍କଠାରୁ ସମ୍ବାଦ ଶୁଣିଅଛି; ପୁଣି ଗୋଷ୍ଠୀଗଣ ମଧ୍ୟରେ ଏହି କଥା କହିବା ପାଇଁ ଜଣେ ଦୂତ ପ୍ରେରିତ ହୋଇଅଛି। ଯଥା: “ତୁମ୍ଭେ ଏକତ୍ରିତ ହୋଇ ତାହା ବିରୁଦ୍ଧରେ ଆସ, ଇଦୋମ ବିରୁଦ୍ଧରେ ଯୁଦ୍ଧ ପାଇଁ ଅଗ୍ରସର ହୁଅ।

Gade chapit la Kopi




ଯିରିମୀୟ 49:14
12 Referans Kwoze  

କାରଣ ତାହାର ଅଧିପତିମାନେ ସୋୟନରେ ଅଛନ୍ତି ଓ ତାହାର ରାଜଦୂତଗଣ ହାନେଷକୁ ଆସିଅଛନ୍ତି।


ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ। କାରଣ ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗାନ୍ତ ନୁହେଁ।


ପୁଣି, ତୁମ୍ଭେମାନେ ଆପଣା ହୃଦୟକୁ କ୍ଷୀଣ ହେବାକୁ ଦିଅ ନାହିଁ, କିଅବା ଦେଶ ମଧ୍ୟରେ ଯେଉଁ ଜନରବ ଶୁଣାଯିବ, ତହିଁ ସକାଶୁ ଭୀତ ହୁଅ ନାହିଁ; କାରଣ ଏକ ବର୍ଷ ଏକ ଜନରବ ଉଠିବ, ଅନ୍ୟ ବର୍ଷ ଅନ୍ୟ ଏକ ଜନରବ ଉଠିବ, ପୁଣି ଦେଶରେ ଦୌରାତ୍ମ୍ୟ ଓ ଶାସନକର୍ତ୍ତା ଶାସନକର୍ତ୍ତାର ବିପକ୍ଷ ହେବ।


ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଂକଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।


ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ, ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”


କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଅବଜ୍ଞାତ କରିଅଛୁ।


Swiv nou:

Piblisite


Piblisite