Biblia Todo Logo
Bib sou entènèt

- Piblisite -




ଯିରିମୀୟ 49:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, “ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି, ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ତ ସକାଶୁ ଶୀସ୍ ଶଦ୍ଦ କରିବେ।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବେ।

Gade chapit la Kopi

ପବିତ୍ର ବାଇବଲ

17 “ଇଦୋମ ଧ୍ୱଂସ ହେବ ଓ ଅନ୍ୟମାନଙ୍କ ନିକଟରେ ବିସ୍ମୟର ପାତ୍ର ହେବ। ତାହା ନିକଟ ଦେଇ ଗମନକାରୀ ବିସ୍ମିତ ହେବେ ଓ ତା'ର ଦୂରାବସ୍ଥା ଦେଖି ଶୀସ୍ ଶବ୍ଦ କରିବେ।

Gade chapit la Kopi




ଯିରିମୀୟ 49:17
16 Referans Kwoze  

ଏହି ପ୍ରକାର ଆମ୍ଭେ ସେୟୀର ପର୍ବତକୁ ଶୂନ୍ୟ ଓ ଧ୍ୱଂସର ସ୍ଥାନ କରିବା ଓ ଆମ୍ଭେ ତହିଁ ମଧ୍ୟଦେଇ ଗମନକାରୀକୁ ଓ ଫେରିବା ଲୋକକୁ ଉଚ୍ଛିନ୍ନ କରିବା।


ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ହେବ ନାହିଁ, ମାତ୍ର ସମ୍ପୂର୍ଣ୍ଣ ଧ୍ୱଂସସ୍ଥାନ ହେବ; ଯେ ପ୍ରତ୍ୟେକ ଲୋକ ବାବିଲର ନିକଟ ଦେଇ ଯିବ, ସେ ବିସ୍ମିତ ହେବ ଓ ତାହାର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବ।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”


ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍‍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।


ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍‍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।


ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ବିଦ୍ରୂପ କରି କହିବେ, ‘ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ?’


ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋʼ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍‍ ଶବ୍ଦ କରି ଆପଣା ହାତ ହଲାଇବ।


କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।


ଇସ୍ରାଏଲ ବଂଶର ଅଧିକାର ଧ୍ୱଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ୱଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ।”


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍‍ଠାରୁ ତାହା ଧ୍ୱଂସର ସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ୍ଗରେ ପତିତ ହେବେ।


ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ;


ଗୋଷ୍ଠୀଗଣର ମଧ୍ୟବର୍ତ୍ତୀ ବଣିକମାନେ ତୁମ୍ଭ ଉଦ୍ଦେଶ୍ୟରେ ଶୀଷ୍‍ ଶବ୍ଦ କରନ୍ତି; ତୁମ୍ଭେ ଭୟଙ୍କର ହୋଇଅଛ, ପୁଣି, ତୁମ୍ଭେ ଆଉ କେବେ ସ୍ଥାପିତ ହେବ ନାହିଁ।’”


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା।


Swiv nou:

Piblisite


Piblisite