Biblia Todo Logo
Bib sou entènèt

- Piblisite -




ଯିରିମୀୟ 49:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବକାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଦାମାସ୍କସ୍ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରା; କରିଅଛି; ଯେପରି ପ୍ରସବ କାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।

Gade chapit la Kopi

ଓଡିଆ ବାଇବେଲ

24 ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବ କାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।

Gade chapit la Kopi

ପବିତ୍ର ବାଇବଲ

24 ଦମ୍ମେଶକ ଦୁର୍ବଳ ହୋଇଅଛି। ଏହା ରକ୍ଷା ପାଇବା ପାଇଁ ଆଶା କରୁଅଛି। ସେମାନଙ୍କୁ ଭୟ ଆକ୍ରାନ୍ତ କରିଅଛି, ପ୍ରସବକାଳୀନ ତୀବ୍ର ବେଦନାଗ୍ରସ୍ତ ସ୍ତ୍ରୀ ପରି ସେମାନେ ଦୁଃଖ ଓ ଯନ୍ତ୍ରଣା ଅନୁଭବ କରୁଛନ୍ତି।

Gade chapit la Kopi




ଯିରିମୀୟ 49:24
13 Referans Kwoze  

କିନ୍ତୁ ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।


ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।


ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।


ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।


ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”


କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ଛିତ ହେଲା।”


କୌଣସି ପୁରୁଷର ପ୍ରସବବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ?


କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।


ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”


ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚସ୍ୱରରେ ସେମାନଙ୍କୁ କହିବେ।


ପୁଣି, ଆମ୍ଭେ ଏଲମ୍‍ର ଲୋକମାନଙ୍କୁ ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ସମ୍ମୁଖରେ ବିସ୍ମିତ କରାଇବା, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ଆମ୍ଭର ପ୍ରଚଣ୍ଡ କ୍ରୋଧ ଘଟାଇବା ଓ ସେମାନଙ୍କୁ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।


ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ-ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ ନୁହେଁ।


କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।


Swiv nou:

Piblisite


Piblisite