Biblia Todo Logo
Bib sou entènèt

- Piblisite -




ଯିରିମୀୟ 49:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ୍‍ ଉପରେ ବହାଇବା ଓ ସେହି ସବୁ ବାୟୁ ଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମ୍‍ର ଦୂରୀକୃତ ଲୋକମାନେ ଯେଉଁଠାକୁ ନ ଯିବେ, ଏପରି ଦେଶ ନ ଥିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ ଉପରେ ବହାଇବା ଓ ସେହିସବୁ ବାୟୁଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମର ଦୂରୀକୃତ ଲୋକମାନେ ଯେଉଁଠାକୁ ନ ଯିବେ, ଏପରି ଦେଶ ନ ଥିବ।

Gade chapit la Kopi

ଓଡିଆ ବାଇବେଲ

36 ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ୍‍ ଉପରେ ବହାଇବା ଓ ସେହିସବୁ ବାୟୁ ଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମ୍‍ର ଦୂରୀକୃତ ଲୋକମାନେ ଯେଉଁଠାକୁ ନ ଯିବେ, ଏପରି ଦେଶ ନ ଥିବ।

Gade chapit la Kopi

ପବିତ୍ର ବାଇବଲ

36 ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଗ୍ଭରି ବାୟୁକୁ ଏଲମ ବିରୁଦ୍ଧରେ ପ୍ରବାହିତ କରାଇବା। ଆଉ ସେହିସବୁ ବାୟୁ ଏଲମକୁ ପୃଥିବୀର ଗ୍ଭରିଆଡ଼େ ଛିନ୍ନଭିନ୍ନ କରିବ। ପୃଥିବୀର ଏପରି ଦେଶ ନ ଥିବ ଯେଉଁଠାକୁ ଏଲମର ପଳାତକ ଯାଇ ନ ଥିବେ।

Gade chapit la Kopi




ଯିରିମୀୟ 49:36
18 Referans Kwoze  

ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି।


ତାହାପରେ ମୁଁ ଦେଖିଲି, ପୃଥିବୀ କି ସମୁଦ୍ର କି କୌଣସି ଗଛ ଉପରେ ଯେପରି ବାୟୁ ନ ବହେ, ଏଥିନିମନ୍ତେ ପୃଥିବୀର ଚାରି କୋଣରେ ଚାରି ଜଣ ଦୂତ ଠିଆ ହୋଇ ପୃଥିବୀର ଚାରି ବାୟୁକୁ ଅଟକାଇ ଧରିଅଛନ୍ତି।


“କାରଣ ଦେଖ, ଆମ୍ଭେ ଆଜ୍ଞା କରିବା ଓ ଆମ୍ଭେ ଯାବତୀୟ ଗୋଷ୍ଠୀ ମଧ୍ୟରେ ଇସ୍ରାଏଲ ବଂଶକୁ ଚାଲୁଣୀର ଶସ୍ୟକୁ ଚଲାଇବା ପରି ଚଲାଇବା, ତଥାପି ଏକ କଣିକା ଭୂମିରେ ପଡ଼ିବ ନାହିଁ।


ଏଉତ୍ତାରେ ସେ ଛାଗ ଆପଣାର ଅତିଶୟ ବଡ଼ାଇ ପ୍ରକାଶ କଲା ଓ ସେ ବଳବାନ ଥିଲା ବେଳେ ତାହାର ବୃହତ ଶୃଙ୍ଗ ଭଗ୍ନ ହେଲା; ଆଉ, ତହିଁର ପରିବର୍ତ୍ତରେ ଆକାଶର ଚତୁର୍ଦ୍ଦିଗ ଆଡ଼େ ଚାରି ବିଲକ୍ଷଣ ଶୃଙ୍ଗ ଉତ୍ପନ୍ନ ହେଲା।


ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘାʼ ସବୁ ସୁସ୍ଥ କରିବା; କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ।


ଆଉ, ସେ ଉତ୍ପନ୍ନ ହେଲେ ତାହାର ରାଜ୍ୟ ଭଗ୍ନ ହେବ ଓ ଆକାଶର ଚାରି ଦିଗରେ ବିଭକ୍ତ ହେବ; ମାତ୍ର ତାହାର ବଂଶ ନିମନ୍ତେ କିଅବା ତାହାର କର୍ତ୍ତୃତ୍ୱାନୁଯାୟୀ ଶାସନ ନିମନ୍ତେ ନୋହିବ; କାରଣ ସେମାନଙ୍କ ନିମନ୍ତେ ନୁହେଁ, ମାତ୍ର ଅନ୍ୟମାନଙ୍କ ନିମନ୍ତେ ତାହାର ରାଜ୍ୟ ଉତ୍ପାଟିତ ହେବ।


ଆଉ, ଯେଉଁ ଶୃଙ୍ଗ ଭଗ୍ନ ହୋଇ ତହିଁର ସ୍ଥାନରେ ଯେ ଚାରି ଶୃଙ୍ଗ ଉତ୍ପନ୍ନ ହେଲା, ଏଥିରେ ସେହି ଦେଶୀୟମାନଙ୍କ ମଧ୍ୟରୁ ଚାରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ପରାକ୍ରମରେ ତାହାର ତୁଲ୍ୟ ନୋହିବ।


ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ୍ଗ ନିଷ୍କୋଷ କରିବା।


ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।”


ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।


ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।


ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।


ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।


ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।


ତହିଁରେ ସେ ଦୂତ ମୋତେ ଉତ୍ତର କରି କହିଲେ, “ଏମାନେ ସ୍ୱର୍ଗର ଚାରି ବାୟୁ, ଏମାନେ ସମୁଦାୟ ପୃଥିବୀର ପ୍ରଭୁଙ୍କ ଛାମୁରେ ଉଭା ଥାଇ ସେଠାରୁ ନିର୍ଗତ ହେଉଅଛନ୍ତି।


Swiv nou:

Piblisite


Piblisite