Biblia Todo Logo
Bib sou entènèt

- Piblisite -




ଯିରିମୀୟ 5:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ଵନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

22 ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ୱନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

22 ନିଶ୍ଚିତଭାବରେ ତୁମ୍ଭେମାନେ ଆମ୍ଭକୁ ଭୟ କରିବାର କାରଣ ଅଛି,” ସଦାପ୍ରଭୁ କହନ୍ତି। “ହଁ, ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଭୟରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ରରେ ଢେଉ ଉଠେ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘୋର ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।

Gade chapit la Kopi




ଯିରିମୀୟ 5:22
29 Referans Kwoze  

ସେମାନେ ଯେପରି ସୀମା ଲଙ୍ଘନ ନ କରିବେ ଓ ପୃଥିବୀକୁ ଆଚ୍ଛାଦନ କରିବା ପାଇଁ ପୁନର୍ବାର ଫେରି ନ ଆସିବେ, ଏଥିପାଇଁ ତୁମ୍ଭେ ଏକ ସୀମା ନିରୂପଣ କରିଅଛ।


ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି।


ଜଳସମୂହ ଯେପରି ତାହାଙ୍କ ଆଜ୍ଞାଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;


ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ। ଅଇନ୍‍।


“ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯଦି ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ;


ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦ-ନଦୀସକଳ ନିର୍ଜଳ କରନ୍ତି; ବାଶନ ଅଞ୍ଚଳ ଓ କର୍ମିଲ ପର୍ବତ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ।


ହେ ସର୍ବଦେଶୀୟମାନଙ୍କର ରାଜନ୍‍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ।


ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, “ତୁନି ହ, ଚୁପ୍ କର୍।” ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା।


ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।”


ଯେ ଆକାଶରେ ଆପଣା କୋଠରି ଶ୍ରେଣୀ ନିର୍ମାଣ କରନ୍ତି ଓ ପୃଥିବୀ ଉପରେ ଆପଣା ଚନ୍ଦ୍ରାତପ ସ୍ଥାପନ କରିଅଛନ୍ତି; ଯେ ସମୁଦ୍ରର ଜଳସମୂହକୁ ଡାକି ପୃଥିବୀ ଉପରେ ଢାଳନ୍ତି; ତାହାଙ୍କର ନାମ ସଦାପ୍ରଭୁ।


ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।


ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ଡାରରେ ସଞ୍ଚୟ କରନ୍ତି।


ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।


ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।


କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର।


ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।


ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।


ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।


ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା, ଯେତେବେଳେ ଆମ୍ଭେ ମେଘକୁ ତହିଁର ବସ୍ତ୍ର ସ୍ୱରୂପ


ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଲାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। [ସେଲା]


ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ!


ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।


“ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ।”


ଏଥିରେ ସେ ଯାଇ ପଥ ମଧ୍ୟରେ ତାହାର ଶବ ପଡ଼ିଥିବାର, ପୁଣି, ଗଧ ଓ ସିଂହ ଶବ ନିକଟରେ ଠିଆ ହୋଇଥିବାର ଦେଖିଲା; ସିଂହ ଶବ ଖାଇ ନ ଥିଲା, କି ଗଧକୁ ବିଦୀର୍ଣ୍ଣ କରି ନ ଥିଲା।


ଏଣୁ ନରଗଣ ତାହାଙ୍କୁ ଭୟ କରନ୍ତି; ଯେଉଁମାନେ ଅନ୍ତଃକରଣରେ ଜ୍ଞାନୀ, ସେ ସେମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ।”


ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜ୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି:


ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ।


Swiv nou:

Piblisite


Piblisite