Biblia Todo Logo
Bib sou entènèt

- Piblisite -




ଯିରିମୀୟ 5:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବ; ହୋଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

27 ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

27 ଯେପରି ପିଞ୍ଜରା ପକ୍ଷୀରେ ପରିପୂର୍ଣ୍ଣ ସେହିପରି ସେମାନଙ୍କ ଗୃହ ଛଳନାରେ ପୂର୍ଣ୍ଣ। ଏହି ମିଥ୍ୟା ଯୋଗୁଁ ସେମାନେ ଉନ୍ନତ ଓ ଧନବନ୍ତ ହୋଇଛନ୍ତି।

Gade chapit la Kopi




ଯିରିମୀୟ 5:27
14 Referans Kwoze  

ସେ ମହା ଶଦ୍ଦ କରି ଉଚ୍ଚସ୍ୱରରେ କହିଲେ, “ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟ-ସ୍ଥାନ ହୋଇଅଛି।


କାରଣ ମାରୋତ୍‍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି।


ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।


ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ।


ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତି?


ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।”


ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି।


ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; “ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;”


ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।


Swiv nou:

Piblisite


Piblisite