Biblia Todo Logo
Bib sou entènèt

- Piblisite -




ଯିରିମୀୟ 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ମୁଁ କହିଲି, “ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କର ଶାସନ ଜାଣନ୍ତି ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ମୁଁ କହିଲି, ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣା-ମାନଙ୍କ ପରମେଶ୍ଵରଙ୍କର ଶାସନ ଜାଣନ୍ତି ନାହିଁ;

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ମୁଁ କହିଲି, “ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କର ଶାସନ ଜାଣନ୍ତି ନାହିଁ;”

Gade chapit la Kopi

ପବିତ୍ର ବାଇବଲ

4 ତେଣୁ ମୁଁ ନିଜକୁ କହିଲି, “ନିଶ୍ଚୟ ସେମାନେ ଦରିଦ୍ର, ଏବଂ ନିର୍ବୋଧ, କାରଣ ସେମାନେ ସଦାପ୍ରଭୁଙ୍କର ପଥ କିଅବା ତାଙ୍କର ଶିକ୍ଷା ଜାଣନ୍ତି ନାହିଁ।

Gade chapit la Kopi




ଯିରିମୀୟ 5:4
11 Referans Kwoze  

ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।


ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, କପୋତ, ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।


ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;


ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗାଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ।


“କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।”


ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ, ଏହା ସଦାପ୍ରଭୁ କହନ୍ତି।


ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।


ଆଉ, ସେହି ପୁସ୍ତକ ଅଶିକ୍ଷିତ ଲୋକକୁ ଦେଇ, ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ମୁଁ ଶିକ୍ଷିତ ଲୋକ ନୁହେଁ।”


Swiv nou:

Piblisite


Piblisite