Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସଦାପ୍ରଭୁ କହନ୍ତି, ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସଦାପ୍ରଭୁ କହନ୍ତି, ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ଵେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ଵେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।

Gade chapit la Kopi

ଓଡିଆ ବାଇବେଲ

20 ସଦାପ୍ରଭୁ କହନ୍ତି, “ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।”

Gade chapit la Kopi

ପବିତ୍ର ବାଇବଲ

20 ସଦାପ୍ରଭୁ କହନ୍ତି, “ସେତେବେଳେ ଇସ୍ରାଏଲର ଅଧର୍ମ ଖୋଳାଯିବ, ମାତ୍ର କିଛି ମିଳିବ ନାହିଁ; ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ସେମାନେ କିଛି ପାଇବେ ନାହିଁ। ଆମ୍ଭେ ଅବଶିଷ୍ଟ ଲୋକମାନଙ୍କୁ କ୍ଷମା କରିଦେବା, ଯେଉଁମାନଙ୍କୁ ଆମ୍ଭେ ରକ୍ଷା କରିଅଛୁ।”

Gade chapit la Kopi




ଯିରିମୀୟ 50:20
30 Referans Kwoze  

ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।


ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”


ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ।


ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି।


ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି।


ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।


ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।


କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର।


ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ-ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟବିଚାର ଓ ଧର୍ମ ପ୍ରଚଳିତ କରିବେ।


କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ।


ଆଉ, ଜଣେ ପାପ କରିବାରୁ ଯେପରି ଫଳ ହେଲା, ଏହି ଦାନର ଫଳ ସେପରି ନୁହେଁ, କାରଣ ଜଣକ ହେତୁ ଯେଉଁ ବିଚାର, ସେଥିର ଫଳ ଦଣ୍ଡାଜ୍ଞା ହେଲା, କିନ୍ତୁ ଅନେକଙ୍କ ଅପରାଧ ସ୍ଥଳେ ଯେଉଁ ଅନୁଗ୍ରହ ଦାନ, ସେଥିର ଫଳ ଧାର୍ମିକଗଣନା ହେଲା;


ଈଶ୍ବର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।


ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ,


ସଦାପ୍ରଭୁ କହନ୍ତି, ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।


ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରିଯିବେ ନାହିଁ।”


ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।


ପୁଣି, ମୁଁ ପୀଡ଼ିତ ଅଛି ବୋଲି ନିବାସୀ ଲୋକ କହିବ ନାହିଁ; ତନ୍ନିବାସୀଲୋକମାନଙ୍କର ଅପରାଧ କ୍ଷମା କରାଯିବ।


ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ୱାରା ସେମାନେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା।


ତାହାର କୃତ କୌଣସି ଅପରାଧ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ; ସେ ଯେଉଁ ଧର୍ମାଚରଣ କରିଅଛି, ତଦ୍ଦ୍ୱାରା ବଞ୍ଚିବ।


କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି; ତହିଁର ମୁଦ୍ରାରେ ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା।


ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ।


ଅବଶିଷ୍ଟାଂଶ, ଅର୍ଥାତ୍‍, ଯାକୁବର ଅବଶିଷ୍ଟାଂଶ, ପରାକ୍ରାନ୍ତ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବେ।


ହେ ସିୟୋନର କନ୍ୟେ, ତୁମ୍ଭ ଅଧର୍ମର ଦଣ୍ଡ ସମ୍ପୂର୍ଣ୍ଣ ହୋଇଅଛି; ସେ ତୁମ୍ଭକୁ ବନ୍ଦୀତ୍ୱ ସ୍ଥାନକୁ ଆଉ ନେଇଯିବେ ନାହିଁ; ହେ ଇଦୋମର କନ୍ୟେ, ସେ ତୁମ୍ଭ ଅଧର୍ମର ପ୍ରତିଫଳ ଦେବେ; ସେ ତୁମ୍ଭର ପାପସବୁ ଅନାବୃତ କରିବେ।


ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।


Swiv nou:

Piblisite


Piblisite