Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥୟିମ୍‍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍‍ ପଶ୍ଚାତ୍‍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥୟିମ୍ (ଦ୍ଵିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍ ପଶ୍ଚାତ୍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।

Gade chapit la Kopi

ଓଡିଆ ବାଇବେଲ

21 ସଦାପ୍ରଭୁ କହନ୍ତି, “ତୁମ୍ଭେ ମରାଥୟିମ୍‍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍‍ ପଶ୍ଚାତ୍‍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।”

Gade chapit la Kopi

ପବିତ୍ର ବାଇବଲ

21 ପୁଣି ସଦାପ୍ରଭୁ କହନ୍ତି, “ତୁମ୍ଭେ ମରାଥୟିମ୍ ଓ ପକୋଦ ନିବାସୀମାନଙ୍କ ବିରୁଦ୍ଧରେ ଯୁଦ୍ଧ କର। ସେମାନଙ୍କ ପଛେ ପଛେ ଯାଇ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ନିଃଶେଷ କର। ଆମ୍ଭର ଆଜ୍ଞାକୁ କହିବାନୁସାରେ ପାଳନ କର।

Gade chapit la Kopi




ଯିରିମୀୟ 50:21
17 Referans Kwoze  

ବାବିଲୀୟମାନଙ୍କୁ ଓ ସମୁଦାୟ କଲ୍‍ଦୀୟ ଲୋକଙ୍କୁ, ପକୋଦ, ଶୋୟା, କୋୟା ଓ ସେମାନଙ୍କ ସଙ୍ଗେ ସମୁଦାୟ ଅଶୂରୀୟ ଲୋକଙ୍କୁ ଆଣିବା; ସେମାନେ ସମସ୍ତେ ମନୋହର ଯୁବା ଲୋକ। ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତା, ଅଧିପତିଗଣ ଓ ବିଖ୍ୟାତ ଲୋକ, ସମସ୍ତେ ଅଶ୍ୱାରୋହୀ।


ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।


କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହାଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।


କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।


“ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଅଭିଶପ୍ତ ହେଉ।


ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”


“ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍‍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।


ଆମ୍ଭେ କୋରସ୍‍ ବିଷୟରେ କହୁ, ‘ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ;’ ସେ ଯିରୂଶାଲମ ବିଷୟରେ କହିବ, ‘ତାହା ପୁନଃନିର୍ମିତ ହେବ’ ଓ ମନ୍ଦିରକୁ କହିବ, ‘ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।’”


ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।


“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ‘ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।’”


ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।”


ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।


ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”


ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ “ବିନାଶ କର” ବୋଲି କହିଲେ।


ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।


Swiv nou:

Piblisite


Piblisite