Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରେ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।

Gade chapit la Kopi

ଓଡିଆ ବାଇବେଲ

29 “ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।”

Gade chapit la Kopi

ପବିତ୍ର ବାଇବଲ

29 “ବାବିଲ ବିରୁଦ୍ଧରେ ସମସ୍ତ ଧନୁର୍ଦ୍ଧରମାନଙ୍କୁ ଧନୁରେ ଗୁଣ ଦେବାକୁ ଏକତ୍ରିତ କର। ତାହା ବିରୁଦ୍ଧରେ ଗ୍ଭରିଆଡ଼େ ଏକତ୍ରିତ ହୁଅ। ତାହା ବିରୁଦ୍ଧରେ ଗ୍ଭରିଆଡ଼େ ଛାଉଣି ସ୍ଥାପନ କର। ସେଥିରୁ ତାକୁ ରକ୍ଷା ପାଇବାକୁ ଦିଅ ନାହିଁ। ତାହାର କର୍ମାନୁସାରେ ତାକୁ ପ୍ରତିଫଳ ଦିଅ। ସେ ଯେପରି କରିଛି ତା’ ପ୍ରତି ସେହିପରି କର। କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ଇସ୍ରାଏଲର ଧର୍ମସ୍ୱରୂପ ବିରୁଦ୍ଧରେ ନିଷ୍ଠୁର ହୋଇଅଛ।”

Gade chapit la Kopi




ଯିରିମୀୟ 50:29
28 Referans Kwoze  

କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଯାଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ୱର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ।


କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, “କେହି ଆମ୍ଭକୁ ଦେଖୁ ନାହିଁ,” ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;”


ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ୱିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ୱିଗୁଣ ମଦ୍ୟ ମିଶ୍ରିତ କର।


ଏଣୁ ମୁଁ ନବୂଖଦ୍‍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।


ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିର ଯୋଗ୍ୟ।”


ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଈଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ବର ବୋଲି ଦେଖାଏ।


ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।


ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।


ତହିଁରେ ସେ ଅହଙ୍କାରୀ ଜନ ଝୁଣ୍ଟି କରି ପଡ଼ିବ ଓ କେହି ତାହାକୁ ଉଠାଇବ ନାହିଁ; ପୁଣି, ଆମ୍ଭେ ତାହାର ନଗରସମୂହରେ ଅଗ୍ନି ଲଗାଇବା ଓ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।


ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ।


ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।


କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହାଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।


ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।


କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,


ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।


ଧନୁର୍ଦ୍ଧାରୀ ଆପଣା ଧନୁରେ ଗୁଣ ନ ଦେଉ ଓ ସେ ଆପଣା ସାଞ୍ଜୁଆ ପିନ୍ଧି ଉତ୍ଥିତ ନ ହେଉ; ତୁମ୍ଭେମାନେ ତାହାର ଯୁବକଗଣକୁ ଦୟା କର ନାହିଁ; ତାହାର ସୈନ୍ୟସକଳକୁ ସମ୍ପୂର୍ଣ୍ଣ ରୂପେ ବିନାଶ କର।


ପୁଣି, ଆମ୍ଭେ ବାବିଲକୁ ଓ କଲ୍‍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା, ଏହା ସଦାପ୍ରଭୁ କହନ୍ତି।


ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ।


କାରଣ ସକଳ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ; ତୁମ୍ଭେ ଯେପରି କରିଅଛ, ତୁମ୍ଭ ପ୍ରତି ସେହିପରି କରାଯିବ; ତୁମ୍ଭ କୃତ ବ୍ୟବହାରର (ପ୍ରତିଫଳ) ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।


କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”


ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।


ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।


ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ।


Swiv nou:

Piblisite


Piblisite