Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ିଦେବାକୁ ଅସମ୍ମତ ହେଉଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ି ଦେବାକୁ ଅସମ୍ମତ ହେଉଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

33 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ି ଦେବାକୁ ଅସମ୍ମତ ହେଉଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ

33 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଉଭୟ ଇସ୍ରାଏଲ ଓ ଯିହୁଦାର ପୁତ୍ରଗଣ ଅତ୍ୟାଗ୍ଭରିତ ହୋଇଛନ୍ତି। ଯେଉଁ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ନେଲେ ସେମାନେ ସେମାନଙ୍କୁ ଦୃଢ଼ ହସ୍ତରେ ଧରି ରଖିଲେ, ଛାଡ଼ିଲେ ନାହିଁ।

Gade chapit la Kopi




ଯିରିମୀୟ 50:33
16 Referans Kwoze  

ଯେ ଜଗତକୁ ଅରଣ୍ୟ ତୁଲ୍ୟ କଲା ଓ ତହିଁର ନଗରସମୂହକୁ ଉତ୍ପାଟନ କଲା; ଯେ ଆପଣା ବନ୍ଦୀଗଣକୁ ସେମାନଙ୍କ ଗୃହକୁ ଯିବାକୁ ଛାଡ଼ିଲା ନାହିଁ, ସେ କି ଏହି ପୁରୁଷ?’


ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,


ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।


ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ‘ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା:’ ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”


କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା।


ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”


ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ‘ଆମ୍ଭେମାନେ ଦୋଷ କରୁ ନାହୁଁ, କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣାମାନଙ୍କର ପୂର୍ବପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।’


ସେମାନଙ୍କର ସନ୍ତାନଗଣ ମଧ୍ୟ ପୂର୍ବ ପରି ହେବେ ଓ ସେମାନଙ୍କର ମଣ୍ଡଳୀ ଆମ୍ଭ ସାକ୍ଷାତରେ ସ୍ଥିରୀକୃତ ହେବ ଓ ଯେଉଁମାନେ ସେମାନଙ୍କର ଉପଦ୍ରବ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ଶାସ୍ତି ଦେବା।


Swiv nou:

Piblisite


Piblisite