Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସଦାପ୍ରଭୁ କହନ୍ତି, ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସଦାପ୍ରଭୁ କହନ୍ତି, ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରିବେ।

Gade chapit la Kopi

ଓଡିଆ ବାଇବେଲ

4 ସଦାପ୍ରଭୁ କହନ୍ତି, “ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।

Gade chapit la Kopi

ପବିତ୍ର ବାଇବଲ

4 ସେ ସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇଯିବେ। ସେମାନେ କାନ୍ଦି କାନ୍ଦି ଆସିବେ, ଯେତେବେଳେ ସେମାନେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।

Gade chapit la Kopi




ଯିରିମୀୟ 50:4
32 Referans Kwoze  

ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।


ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।


ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି;


ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍‍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।


ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍‍ଯୋଗୀ ହେବା।


ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ-ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟବିଚାର ଓ ଧର୍ମ ପ୍ରଚଳିତ କରିବେ।


କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।


ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।


ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ‘ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର,’ ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ।


କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।


ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର।


ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ।


ତହିଁରେ ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ଭେଟିବା ପାଇଁ ମିସ୍ପାଠାରୁ ଗଲା; ଆଉ, ଯାଉ ଯାଉ ସେ ବାଟଯାକ କ୍ରନ୍ଦନ କରି କରି ଗଲା; ପୁଣି, ସେମାନଙ୍କ ସହିତ ସାକ୍ଷାତ ହୁଅନ୍ତେ, ସେ ସେମାନଙ୍କୁ କହିଲା, “ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଆସ।”


ସେହି ସମୟରେ ଯେତେବେଳେ ତୁମ୍ଭେ ଆପଣା ଭଗିନୀଗଣକୁ, ତୁମ୍ଭର ବଡ଼ ଓ ସାନ ଭଗିନୀଗଣକୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେ ଆପଣା ଆଚାର ବ୍ୟବହାର ସ୍ମରଣ କରି ଲଜ୍ଜିତ ହେବ; ଆଉ, ଆମ୍ଭେ ସେମାନଙ୍କୁ କନ୍ୟା ରୂପେ ତୁମ୍ଭକୁ ଦେବା, ମାତ୍ର ତୁମ୍ଭର ନିୟମାନୁକ୍ରମେ ନୁହେଁ।


“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।


ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।


ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।


Swiv nou:

Piblisite


Piblisite