Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମ-ସ୍ଥାନ ପାସୋରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇ ଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମ-ସ୍ଥାନ ପାସୋରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

6 ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇ ଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମସ୍ଥାନ ପାସୋରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

6 “ଆମ୍ଭର ଲୋକମାନେ ହଜିଲା ମେଷ ସଦୃଶ ହୋଇଅଛନ୍ତି। ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି। ବିଭିନ୍ନ ପର୍ବତରେ ସେମାନଙ୍କୁ ବାଟ ଭୁଲାଇ ଭ୍ରମଣ କରାଇ ଅଛନ୍ତି। ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି। ଆଉ ସେମାନେ ନିଜର ବିଶ୍ରାମ ସ୍ଥାନ ପାଶୋରି ଅଛନ୍ତି।

Gade chapit la Kopi




ଯିରିମୀୟ 50:6
36 Referans Kwoze  

ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।


ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ।


ବରଂ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ପାଖକୁ ଯାଅ।


ଆମ୍ଭେ ଉତ୍ତମ ଚରାଣୀ ସ୍ଥାନରେ ସେମାନଙ୍କୁ ଚରାଇବା, ପୁଣି ଇସ୍ରାଏଲର ଉଚ୍ଚସ୍ଥଳୀର ପର୍ବତଗଣର ଉପରେ ସେମାନଙ୍କର ଖୁଆଡ଼ ହେବ; ସେହି ସ୍ଥାନରେ ସେମାନେ ଉତ୍ତମ ଖୁଆଡ଼ ମଧ୍ୟରେ ଶୟନ କରିବେ ଓ ଇସ୍ରାଏଲର ପର୍ବତମାନର ଉପରେ ପୁଷ୍ଟିକର ଚରାଣୀ ସ୍ଥାନରେ ସେମାନେ ଚରିବେ।


ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍‍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।


ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ।


ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।


ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।


ହେ ମୋହର ପ୍ରାଣ, ଆପଣା ବିଶ୍ରାମ-ସ୍ଥାନକୁ ନେଉଟି ଯାଅ; କାରଣ ସଦାପ୍ରଭୁ ତୁମ୍ଭର ପ୍ରଚୁର ମଙ୍ଗଳ କରିଅଛନ୍ତି।


ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।


କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ।


କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ।”


କାରଣ ପାଳକଗଣ ପଶୁବତ୍‍ ହୋଇଅଛନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପଚାରି ନାହାନ୍ତି; ଏହେତୁ ସେମାନେ ଉନ୍ନତି କରି ନାହାନ୍ତି ଓ ସେମାନଙ୍କର ପଲସବୁ ଛିନ୍ନଭିନ୍ନ ହୋଇଅଛନ୍ତି।


ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।


କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରିଅଛନ୍ତି।


ପୂର୍ବକାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ‘ଆମ୍ଭେ ଦାସ୍ୟକର୍ମ କରିବା ନାହିଁ;’ କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।


ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।


କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।”


ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।


ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା]


ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଚ୍ଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।


ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର!”


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ।


ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି’ ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,


ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ନିଜେ ଆପଣା ମେଷଗଣକୁ ଚରାଇବା ଓ ଆମ୍ଭେ ସେମାନଙ୍କୁ ଶୟନ କରାଇବା।


ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।


ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।”


Swiv nou:

Piblisite


Piblisite