Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ‘ଆମ୍ଭେମାନେ ଦୋଷ କରୁ ନାହୁଁ, କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣାମାନଙ୍କର ପୂର୍ବପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ଆମ୍ଭେମାନେ ଦୋଷ କରୁ ନାହୁଁ , କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣା-ମାନଙ୍କର ପିତୃପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

7 ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ‘ଆମ୍ଭେମାନେ ଦୋଷ କରୁ ନାହୁଁ, କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣାମାନଙ୍କର ପୂର୍ବପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

7 ଯେଉଁମାନେ ସେମାନଙ୍କୁ ପାଇଲେ, ସେମାନଙ୍କୁ ଗ୍ରାସ କରିଅଛନ୍ତି। ସେମାନଙ୍କର ଶତ୍ରୁମାନେ କହିଲେ, ‘ଆମ୍ଭେମାନେ କୌଣସି ପାପ କରି ନାହୁଁ।’ କାରଣ ସେମାନେ ସଦାପ୍ରଭୁଙ୍କର ବିରୁଦ୍ଧରେ ପାପ କରିଅଛନ୍ତି, ସେମାନଙ୍କର ଧାର୍ମିକ ବିଶ୍ରାମସ୍ଥଳ ଯେଉଁମାନଙ୍କ ଉପରେ ସେମାନଙ୍କର ପୂର୍ବପୁରୁଷଗଣ ନିର୍ଭର କରିଥିଲେ।

Gade chapit la Kopi




ଯିରିମୀୟ 50:7
28 Referans Kwoze  

ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?


ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ,” ଏହା ସଦାପ୍ରଭୁ କହନ୍ତି।


ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନାହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି।


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’


ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍‍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।


ପାଉଲ, ଆମ୍ଭମାନଙ୍କ ଈଶ୍ବରଙ୍କ ଆଜ୍ଞାନୁସାରେ ଓ ତ୍ରାଣକର୍ତ୍ତା ଏବଂ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଅନୁସାରେ ଜଣେ ପ୍ରେରିତ,


ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।


ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି।


ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭମାନଙ୍କର ରାଜାଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଓ ଦେଶସ୍ଥ ଲୋକସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ିଦେବାକୁ ଅସମ୍ମତ ହେଉଅଛନ୍ତି;


ହେ କ୍ଷେତ୍ରସ୍ଥ ପଶୁସବୁ, ହେ ବନସ୍ଥ ସମସ୍ତ ପଶୁ, ତୁମ୍ଭେମାନେ ଗ୍ରାସ କରିବାକୁ ଆସ।


ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।


ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।


ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।


କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି।


କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି।


ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।”


ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି।


ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋʼ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।


ପୁଣି, କେହି ପାଳକ ନ ଥିବାରୁ ସେମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁଗଣର ଖାଦ୍ୟ ହୋଇ ଛିନ୍ନଭିନ୍ନ ହେଲେ।


ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍‍, ‘ସେହି ସବୁ ଧ୍ୱଂସସ୍ଥାନ ଓ ସେହି ସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ।’


ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ-ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟବିଚାର ଓ ଧର୍ମ ପ୍ରଚଳିତ କରିବେ।


ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ,’ ଏହି ନାମରେ ସେ ବିଖ୍ୟାତ ହେବେ।


ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।


Swiv nou:

Piblisite


Piblisite